November 23, 2024

ରାଜ୍ୟରେ ଗଠନ ହେବ ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ, ୫ ପୌର ପରିଷଦ…

Share

 

ଭୁବନେଶ୍ବର, ରାଜ୍ୟରେ ୩୪ ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନଏସି) ଗଠନ ନେଇ ସରକାର ନିଷ୍ପତ୍ତି ନେଇଛନ୍ତି । ଅନ୍ୟ ପକ୍ଷେ ୫ ବିଜ୍ଞାପିତ ଅଞ୍ଚଳ ପରିଷଦକୁ ପୌର ପରିଷଦ (ମ୍ୟୁନିସିପାଲିଟି) ଭାବେ ମଧ୍ୟ ଉନ୍ନୀତ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ନୂତନ ପୌର ପରିଷଦ ହେଲା ବୌଦ୍ଧଗଡ଼, କରଞ୍ଜିଆ, କଣ୍ଟାବାଞ୍ଜି, ଛତ୍ରପୁର ଓ ଆସ୍କା।
ଅନ୍ୟ ପକ୍ଷେ ଅନୁଗୋଳ ଜିଲ୍ଲାର ପାଲଲହଡ଼ା, ଛେଣ୍ଡିପଦା, ବାଲେଶ୍ବର ଜିଲ୍ଲା ର ବସ୍ତା ଓ ସିମୁଳିଆ,ବରଗଡ଼ ଜିଲ୍ଲା ର ପାଇକମାଳ, ଭେଡେନ, ଭଦ୍ରକ ଜିଲ୍ଲା ର ଅଗରପଡ଼ା ବଲାଙ୍ଗୀର ଜିଲ୍ଲାର ବେଲପାହାଡ଼ ଓ ସଇଁତଳା,ଯାଜପୁର ଜିଲ୍ଲାର ବିଞ୍ଝାରପୁର,ପାଣିକୋଇଲି, ଜାରକା ଓ ଚଣ୍ଡିଖୋଲ, କଳହାଣ୍ଡି ଜିଲ୍ଲାର ଜୟପାଟଣା, କନ୍ଧମାଳ ଜିଲ୍ଲାର ରାଇକିଆ, କୋରାପୁଟ ଜିଲ୍ଲାର ବୋରିଗୁମା, ନୂଆପଡ଼ା ଜିଲ୍ଲାର ସିନାପାଲି, ରାୟଗଡ଼ା ଜିଲ୍ଲାର ଚାନ୍ଦିଲି, ମୁନିଗଡ଼ା ଓ ବିଷମକଟକ, ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି, ସୁନ୍ଦରଗଡ଼ ଜିଲ୍ଲାର ବଣେଇ, ଗଞ୍ଜାମ ଜିଲ୍ଲାର ଶେରଗଡ଼ ଓ କୁକୁଡ଼ାଖଣ୍ଡି ନୟାଗଡ଼ ଜିଲ୍ଲାର କଣ୍ଟିଲୋ, ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଓ ବେଗୁନିଆ,କଟକ ଜିଲ୍ଲାର ସାଲେପୁର,ବଡ଼ମ୍ବା ନରସିଂହପୁର ଓ ନିଆଳି, ମୟୂରଭଞ୍ଜ ଜିଲ୍ଲାର ବେତନଟି, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଏବଂ ବୌଦ୍ଧ ଜିଲ୍ଲାର କଣ୍ଟାମାଳକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ଭାବେ ଘୋଷଣା କରାଯାଇଛି। ଏହା ସଙ୍ଗେ ନିର୍ବାଚନ ପୂର୍ବରୁ ଘୋଷଣା ହୋଇଥିବାରୁ ବିଭିନ୍ନ ଅଞ୍ଚଳ ବାସୀ ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପଣ୍ଡିୟାନ ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।,(ବ୍ୟୁରୋ ଚିପ୍ ଅଜିତ୍ ଦାଶଙ୍କ ରିପୋର୍ଟ)