ମାଟ୍ରିକରେ ଆଜି ଶେଷ ହୋଇଛି ଇଂରାଜୀ ପେପରରେ ପରୀକ୍ଷା
*ମାଟ୍ରିକରେ ଆଜି ଶେଷ ହୋଇଛି ଇଂରାଜୀ ପେପରରେ ପରୀକ୍ଷା । ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇଥିଲା, ଯାହା ୧୧ଟା ୩୦ ପର୍ଯ୍ୟନ୍ତ ଚାଲିଥିଲା । କପି ରୋକିବାକୁ ବୋର୍ଡ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା । ସମସ୍ତ ପରୀକ୍ଷା କେନ୍ଦ୍ରରେ ଲାଗିଛି ସିସିଟିଭି କ୍ୟାମେରା । ଇଂରାଜୀ ପରୀକ୍ଷାରେ କପି କରି ଧରାପଡିଲେ ୮ ପରୀକ୍ଷାର୍ଥୀ । ପରୀକ୍ଷା ଶେଷ ହେବା ପରେ ଏନେଇ ସୂଚନା ଦେଇଛନ୍ତି ବୋର୍ଡ ଉପସଭାପତି । ଧରାପଡିଥିବା ପରୀକ୍ଷାର୍ଥୀଙ୍କ ସହ ଅନ୍ୟ କେହି ସାମିଲ ନଥିବା କହିଛନ୍ତି ଉପସଭାପତି ।*
*ପ୍ରଥମ ଦିନ ମାତୃଭାଷା ପରୀକ୍ଷାରେ ଏଆଇ ଦ୍ୱାରା କେତେକ ପରୀକ୍ଷା କେନ୍ଦ୍ରରୁ ଅବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଥିବା ବେଳେ ତ୍ରୁଟି ସୁଧାରିବାକୁ ସଜାଗ ହୋଇଛି ବୋର୍ଡ । ପରୀକ୍ଷା ସୁପରିଚାଳନା ପାଇଁ ଏଥର ବିଶେଷ ବ୍ୟବସ୍ଥା କରାଯାଇଛି । କପି ରୋକିବାକୁ ୪୨ଟି ସ୍କ୍ୱାଡ, ୭୨ଟି ଫ୍ଲାଇଂ ସ୍କ୍ୱାଡ ଗଠନ ହୋଇଛି । ସମ୍ବେଦଶନଶୀଳ ଓ ଅତି ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ରରେ ଏଆଇ କ୍ୟାମେରା ବ୍ୟାବସ୍ଥା କରାଯିବା ସହିତ ସବୁ ନୋଡାଲ ସେଣ୍ଟରରେ ଲାଇଭ ଷ୍ଟ୍ରିମିଂ କରାଯାଇଛି । ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି କ୍ୟାମେରା ଖଂଜା ଯାଇଛି । ରାଜ୍ୟର ୩ ହଜାରରୁ ଅଧିକ କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେଉଛନ୍ତି ୫ଲକ୍ଷରୁ ଅଧିକ ପରୀକ୍ଷାର୍ଥୀ ।*
