ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ.

ପାରଳାଖେମଣ୍ଡି,ତା. ୨୪.୦୨.୨୦୨୫
ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଗରଡମା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ,ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ଡ଼.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଗରଡମା ଗ୍ରାମ ପଞ୍ଚାୟତ ସମେତ ଡମାଦୁଆ,କାଟାମା ଓ ପାଣିଗଣ୍ଡା ପଞ୍ଚାୟତର ସମୁଦାୟ ମୋଟ- ୮୧ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୪୨ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୩୯ ଓ ୦୬ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ସ୍ଥାନୀୟ ତହସିଲଦାର ଶ୍ରୀ ଚକ୍ରଧର ପାଢ଼ୀ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ,ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଓ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।