ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ପାରଳାଖେମଣ୍ଡି, ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଶିଆଳି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ଶ୍ରୀ ଶଙ୍କର କେରକେଟା,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଓ ଶ୍ରୀ ଅଂଶୁମାନ ମହାପାତ୍ର, ସମ୍ମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ,ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଶିଆଳି ଗ୍ରାମ ପଞ୍ଚାୟତ ସମେତ ଅଳଡା, କିଡ଼ିଗାଁ, ଖଣ୍ଡଭା ଓ ଗୋରିବନ୍ଧା ପଞ୍ଚାୟତର ସମୁଦାୟ ମୋଟ- ୭୯ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୦ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୨୯ ଓ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ କାଶୀନଗର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ବାଲା ସାୟାମା , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଡମ୍ବରୁଧର ମଲ୍ଲିକ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ,ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଓ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।