March 26, 2025

ଗଜପତି:- ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ..

Share

ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଶିଆଳି ଗ୍ରାମସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଓ ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି , ଶ୍ରୀ ଅଂଶୁମାନ ମହାପାତ୍ର ପ୍ରମୁଖ ଯୋଗ ଦେଇ ଶୁଣାଣୀ କରିଥିଲେ ।

ଏହି ଜନ ଅଭିଯୋଗ ଶିବିର କାର୍ଯ୍ୟକ୍ରମରେ ଶିଆଳି ଗ୍ରାମ ପଞ୍ଚାୟତ ସମେତ ଅଲଡା , କିଡ଼ିଗାଁ , ଖାଣ୍ଡବା ଓ ଗୋରିବନ୍ଧା ପଞ୍ଚାୟତର ମୋଟ- ୭୯ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୦ ଗୋଟି ଏବଂ ଗ୍ରାମ ଭିତ୍ତିକ ଅଭିଯୋଗ ସମସ୍ୟା- ୨୯ ଟି ରହିଥିଲା । ଆସିଥିବା ଉଭୟ ମୋଟ ୭୯ଟି ଅଭିଯୋଗ ସମସ୍ୟା ମଧ୍ୟରୁ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରା ଯାଇଥିଲା ।

ଆଜିର ଏହି ଜନ ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମ ମୁଖ୍ୟତଃ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ସମୟରେ କାଶୀନଗର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ବାଲା ସାୟାମା , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଡମ୍ବରୁଧର ମଲ୍ଲିକ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ଼ାଃ ଏମ: ମୁବାର ଅଲ୍ଲୀ , ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସନ୍ତୁଷ୍ଟ କୁମାର ନାୟକ ଓ ସ୍ଥାନୀୟ ସରପଞ୍ଚଙ୍କ ସମେତ ଜନପ୍ରତିନିଧି ଏବଂ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

——————————————-

ଗଣେଶ କୁମାର ରାଜୁ

ପାରଳାଖେମୁଣ୍ଡି (ଗଜପତି)

——————————————–