April 24, 2026

ଉମରକୋଟ ଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ………

IMG-20250624-WA0006
Share

 

 

ଉମରକୋଟ:-(ଏମ୍.ଦିନା°ଶୁ ଆଚାରୀ) ଉମରକୋଟ ବ୍ଲକ ସମ୍ମିଳନୀ କକ୍ଷରେ ନବରଙ୍ଗପୁର ଜିଲ୍ଲାପାଳ ଡ଼ାଃ ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ମଡକର୍ ସନ୍ଦୀପ ସମ୍ପତଙ୍କ ଦ୍ଵାରା ମିଳିତ ଯୁଗ୍ମ ଅଧ୍ୟକ୍ଷତାରେ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର , ବି ଡି ଓ ମନୋଜ କୁମାର ମେହେରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୪୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୦ଟି ବ୍ୟକ୍ତିଗତ ସମସ୍ୟା ଉପରେ ଆଧାରିତ ଥିଲାବେଳେ ୮ଟି ଦଳଗତ, ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ଏହି ଅଭିଯୋଗ ଶୁଣାଣୀ କରି ସେଗୁଡ଼ିକୁ ଆସୁ ସମାଧନ ପାଇଁ ବିଭିନ୍ନ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ଜିଲ୍ଲାପାଳ । ପରେ ସାମାଜିକ ସୁରକ୍ଷା ବିଭାଗ ତରଫରୁ ୨୨ ଜଣ ଚିହ୍ନଟ ଦିବ୍ୟାଙ୍ଗ ଙ୍କୁ ହ୍ବିଲ୍ ଚେୟାର ଏବଂ ୨ ଜଣ ଙ୍କୁ ବୈଶାଖୀ ପ୍ରଦାନ କରାଯାଇଥିଲା।