March 11, 2026

ଆର.ଉଦୟଗିରି ବ୍ଲକ ମହେନ୍ଦ୍ର ଗଡ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳଙ୍କ  ମିଳିତ  ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

79ba03b6-385a-4152-a3fc-16c9f18d37da
Share
ପାରଳାଖମୁଣ୍ଡି:୨୪/୭(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ମହେନ୍ଦ୍ରଗଡ଼ ଗ୍ରାମ ପଞ୍ଚାୟତ  ସମ୍ମିଳନୀ କକ୍ଷଠାରେ  ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ  ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି  । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଓ  ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର , ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି  ମହେନ୍ଦ୍ରଗଡ଼ ସମେତ ଶିଆଳିଲଟି, ଛେଳିଗଡ଼ ଓ ଛେଳାଗଡ଼ ଗ୍ରାମ ପଞ୍ଚାୟତର  ସମୁଦାୟ ମୋଟ  ୧୩୫ ଗୋଟି  ଅଭିଯୋଗ  ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୪ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୮୧ ଓ ୪ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ।  ଚାରି ଜଣଙ୍କୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ କୋଡ଼ିଏ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳ ସେଚନ, ଗୃହ ନିର୍ମାଣ, ରାସନ୍ କାର୍ଡ, ମନରେଗା, ଶିକ୍ଷା, ମୋ ଘର ଯୋଜନା, ରାସ୍ତା  ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ  ଅଭିଯୋଗ ଆସିଥିଲା, ସେଥି ମଧ୍ୟରୁ ଚାରି ଗୋଟି ପଞ୍ଚ୍ୟାୟତ ୩୦ ଜଣ ହିତଧିକାରୀଙ୍କୁ ଜଙ୍ଗଳ ଜମି ପଟ୍ଟା ବଣ୍ଟନ କରାଯାଇଥିଲା। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ  ସଶକ୍ତି କରଣ ବିଭାଗ ତରଫରୁ  ୧୪ ଜଣଙ୍କୁ ପେନସନ ପ୍ରଦାନ କରାଯାଇଛି।
   ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ମୋହନା ବିଧାୟକ ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗ, ଆର.ଉଦୟଗିରୀ ବ୍ଲକ ଅଧ୍ୟକ୍ଷ ଶ୍ରୀଯୁକ୍ତ ଲକ୍ଷ୍ମୀ ନାରାୟଣ ଶବର, ସ୍ଥାନୀୟ  ସରପଞ୍ଚ ଶ୍ରୀମତୀ କୁମୁଦିନୀ ଗମାଙ୍ଗ,ଆର.ଉଦୟଗିରୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ  ଶ୍ରୀ ଲାରିମେନ ଖାର୍ସେଲ ,ତହସିଲଦାର, ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ  ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ  ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ  ।