November 26, 2024

କ୍ଷତ୍ରିୟବରପୁର କଲେଜ୍ ରେ ଜାତୀୟ ସେବା ଯୋଜନା ଦିବସ 

Share

 

ବେଲଗୁଣ୍ଠା, ତା – ୨୪/୦୯/୨୪ ରିଖ, ବେଲଗୁଣ୍ଠା ବ୍ଳକ୍ କ୍ଷେତ୍ରିୟବରପୁର ସ୍ଥିତ ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ” ଜାତୀୟ ସେବା ଯୋଜନା’ ଦିବସ ପାଳନ କରାଯାଇଛି । ଜାତୀୟ ସେବା ଯୋଜନା ଶାଖାର ସମସ୍ତ ସ୍ବେଛାସେବୀଙ୍କ ଉପସ୍ଥିତିରେ ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ ପଟ୍ଟନାୟକ ସେବା ଯୋଜନାର ପତାକା ଉତ୍ତୋଳନ କରିବା ସହ ସ୍ବେଛାସେବୀମାନଙ୍କୁ ସେବାରେ ବ୍ରତୀ ହେବାକୁ ଶପଥ ପାଠ କରାଇଥିଲେ। ଏହା ପରେ ଅନୁଷ୍ଠିତ ସଭାରେ ଅଧ୍ୟକ୍ଷ ପଟ୍ଟନାୟକ ମୁଖ୍ୟ ଅତିଥିଭାବେ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ସ୍ବେଛାସେବୀମାନେ ଏହି ଯୋଜନା ମାଧ୍ୟମରେ ସମାଜ କଲ୍ୟାଣରେ ସହଯୋଗ କରିବା ସହ ନିଜ ସମ୍ପାଦିତ କାର୍ଯ୍ୟକ୍ରମର ସ୍ୱୀକୃତି ପାଇଁ ପ୍ରମାଣ ପ୍ରତିପାଦନ କରିବାକୁ ପରାମର୍ଶ ଦେଇଥିଲେ। ସଂସ୍କୃତିକ ପରିଷଦର ଉପସଭାପତି ଦେବେଶ ଚନ୍ଦ୍ର ମହାପାତ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜାତୀୟ ସେବା ଯୋଜନାର କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପକ ଦୀପୁ ଭୂୟାଁ ସ୍ୱାଗତ ଅଭିଭାଷଣ ପ୍ରଦାନ କରିବା ସହ ଉକ୍ତ ଦିବସ ପାଳନର ଉଦ୍ଦେଶ୍ୟ ପ୍ରଦାନ କରିଥିଲେ। ମଞ୍ଚାସିନ ପ୍ରଶାସନିକ ଅଧିକ୍ଷକ କୁମୁଦ ଚନ୍ଦ୍ର ମହାପାତ୍ର, ଯୁବ ରେଡ଼କ୍ରସ ଉପଦେଷ୍ଟା ସୁଶାନ୍ତ କୁମାର ଲେଙ୍କା, ରୋଭର ଲିଡର ପି ଦୀପକ ରାଓ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଉକ୍ତ ଦିବସ ଆଭିମୁଖ୍ୟ ସଂପର୍କରେ ମତ ରଖିବା ସହ ସେବା ମନୋଭାବ ନେଇ ସ୍ବେଛାସେବୀମାନେ ସାମାଜିକ ସଚେତନତା କାର୍ଯ୍ୟକ୍ରମରେ ନିସ୍ଵାର୍ଥପରଭାବେ ସାମିଲ ହେବାକୁ ପରାମର୍ଶ ଦେଇଥିଲେ। ପରିଶେଷରେ ଯୁବ ରେଡ଼କ୍ରସ ଉପଦେଷ୍ଟା ସୁଶାନ୍ତ କୁମାର ଲେଙ୍କା ଧନ୍ୟବାଦ ଅର୍ପଣ କରିଥିଲେ। ସ୍ବେଛାସେବୀମାନେ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ ସହ “ସ୍ୱଚ୍ଛତା ହିଁ ସେବା ” କାର୍ଯ୍ୟକ୍ରମ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଅଧ୍ୟାପିକା ଯମୁନା ଖୁଣ୍ଟିଆ, ଯୁବ ରେଡ଼କ୍ରସ ସହ ଉପଦେଷ୍ଟା ସ୍ୱରୂପରାଣୀ ବିଶ୍ୱାଳ, ପଦ୍ମ ଚରଣ ନାୟକ, ବଳରାମ ଗୌଡ଼, ରମେଶ ଚନ୍ଦ୍ର ବିଶୋଇ, ବୁଦ୍ଧିରାମ ବିଶ୍ୱାଳ, ସନ୍ତୋଷ ବିଶ୍ୱାଳ ପ୍ରମୁଖ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

ଵେଲଗୁଣ୍ଟା, ରିପୋର୍ଟ ପଞ୍ଚାନନ, ସାହୁ

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.