November 26, 2024

ଜିଲ୍ଲାସ୍ତରୀୟ ପୋଷଣ ମାସ ପାଳିତ..

Share

 

ପାରଳାଖେମୁଣ୍ଡି,ତା.୨୪.୦୯.୨୦୨୪

 

ଜିଲ୍ଲା ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆଜି ସ୍ଥାନୀୟ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ଠାରେ ଜିଲ୍ଲା ସ୍ତରୀୟ ପୋଷଣ ମାସ ପାଳିତ ହୋଇଯାଇଛି। ବିଭାଗର ସମସ୍ତ କର୍ମଚାରୀ, ଆଶା ଓ ଅଙ୍ଗନୱାଡି କର୍ମୀଙ୍କୁ ନେଇ ଏକ ପୋଷଣ ମାସର ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଥିଲା। ପରେ ପରେ ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ମନୋରମା ଦେବୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଅରୁଣ କୁମାର ତ୍ରିପାଠୀ, ଜିଲ୍ଲା ପ୍ରକଳ୍ପ ସଂଯୋଜକ, ମିଶନ ଶକ୍ତି ଶ୍ରୀ ଟିମନ ବାରା,ସମାଜ ମଙ୍ଗଳ ବିଭାଗ ପ୍ରୋଗ୍ରାମ ଅଫିସର ଶ୍ରୀମତୀ କେ.ସୁନିତା , ଆୟୁଷ ମେଡିକାଲ ଅଫିସର ଗାରାବନ୍ଧ ଡାକ୍ତର ପୁର୍ଣ୍ଣ ଚନ୍ଦ୍ର ପାତ୍ର ପ୍ରମୁଖ ମଞ୍ଚଷିନ ଥିଲେ ।

ସୂଚନା ଥାଉ କି ସେପ୍ଟେମ୍ବର ୧ ରୁ ୩୦ ତାରିଖ ପର୍ଯ୍ୟନ୍ତ ଏହି ପୋଷଣ ମାସ ପାଳନ କରାଯାଉଅଛି ଏବଂ ଜିଲ୍ଲାର ସମସ୍ତ ସ୍ଥାନରେ ଯେପରି କୌଣସି ମା କିମ୍ବା ଶିଶୁ କୁପୋଷଣ ର ଶିକାର ନ ହୁଅନ୍ତୁ ତାହା ହେଉଛି ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ଓ ଉଦ୍ଦେଶ୍ୟ । ଉତ୍ତମ ପୋଷଣ ସୁସ୍ଥ ଜୀବନ ପ୍ରସଙ୍ଗକୁ ଭିତ୍ତି କରି ଆଜିର କାର୍ଯ୍ୟକ୍ରମ ବୋଲି ଜିଲ୍ଲାପାଳ କହିଥିଲେ। ଡ଼ାକ୍ତର ପୁର୍ଣ୍ଣ ଚନ୍ଦ୍ର ପାତ୍ର କହିଥିଲେ ଯେ ରକ୍ତହୀନତା ବିଷୟରେ ସଚେତନ ହେବା,ଏହାର ପରୀକ୍ଷା, ଚିକିତ୍ସା ବିଷୟରେ ଆଲୋଚନା କରିବା, ଦୈନନ୍ଦିନ ଖାଦ୍ୟରେ ବିବିଧତା ଆଣିବା ପାଇଁ ଆଞ୍ଚଳିକ ତଥା ମିଲେଟ୍ ବା କ୍ଷୁଦ୍ର ଖାଦ୍ୟ ଶସ୍ୟ ସାମିଲ୍ କରିବା, ଶିଶୁର ଅଭିବୃଦ୍ଧି ନିରୀକ୍ଷଣ କରିବା ସହିତ ଆଦ୍ୟ ଶୈଶବ ଏବଂ ପ୍ରାକ୍ ବିଦ୍ୟାଳୟ ଶିକ୍ଷା ପାଇଁ ଯତ୍ନବାନ୍ ହେବା ଏହି ବିଷୟ ଉପରେ ଆଲୋଚନା କରିଥିଲେ । ସେହିପରି ନିଜ ନିଜ ଅନୁଷ୍ଠାନର ପରିବେଶକୁ ପରିସ୍କାର ପରିଚ୍ଛନ୍ନ କରିବା ଆଶା ଓ ଅଙ୍ଗନବାଡି କର୍ମୀଙ୍କ ଗୁରୁ ଦାୟିତ୍ୱ । ସୁସ୍ଥ ଜୀବନ ପାଇଁ ସୁଷମ ଖାଦ୍ୟ ଖାଇବା ସହିତ ପରିଷ୍କାର ପରିଚ୍ଛନ୍ନତା ଉପରେ ଗୁରୁତ୍ୱ ଦେବା ଉପରେ ବିଶେଷ ଗୁରୁତ୍ୱ ଦେଇଥିଲେ ଏହି କାର୍ଯ୍ୟକ୍ରମରେ ସହରର ବିଦ୍ୟାଳୟ ଓ ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଏଥିରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରଯାଇଥିଲା ଓ ପରେ ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସନ୍ତୋଷ କୁମାର ନାୟକ, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ସମେତ ସମସ୍ତ ସିଡିପିଓ, ଅଙ୍ଗନବାଡି କର୍ମୀଙ୍କ ସମତେ ଜିଲ୍ଲା ସମାଜ କଲ୍ୟାଣ କାର୍ଯ୍ୟାଳୟର ସମସ୍ତ କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ।

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.