November 26, 2024

Day: September 24, 2024

ପ୍ରଫେସର ଜଗନ୍ନାଥ ପଟ୍ଟନାୟକ ଥିଲେ ସାରା ଓଡିଶା ପାଇଁ ଗର୍ବ ଓ ଗୌରବ-ମୁଖ୍ୟମନ୍ତ୍ରୀ 

  ଭୁବନେଶ୍ୱର, (ରାଜାରାମ ଷଡ଼ଙ୍ଗୀ):ଓଡ଼ିଶା ଇତିହାସ ଜଗତର କିମ୍ବଦନ୍ତୀ ପୁରୁଷ ସ୍ବର୍ଗତ ପ୍ରଫେସର ଜଗନ୍ନାଥ ପଟ୍ଟନାୟକଙ୍କ ୨୨ତମ ସ୍ମୃତି ସନ୍ଧ୍ୟା ଉପଲକ୍ଷେ ଆଜି ଭୁବନେଶ୍ବରଠାରେ ଆୟୋଜିତ କାର୍ଯ୍ୟକ୍ରମରେ...

ବେଦାନ୍ତ ମୁଖ୍ୟ ଫାଟକରେ ଧାରଣା ଦେଲେ ଦୁଇ ଗ୍ରାମବାସୀ 

      ଲାଞ୍ଜିଗଡ଼ ( ପୁରନ୍ଦର ଦଣ୍ଡସେନା ) ଆଜି ସକାଳ ଭୋର ପାଞ୍ଚଟାରୁ ବେଦାନ୍ତ କମ୍ପାନୀର ମୁଖ୍ୟ ଫାଟକରେ ବିଭିନ୍ନ ଦାବୀ ନେଇ ଵୁଣ୍ଡେଲ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.