April 26, 2026

ସର୍ଦ୍ଦାର ବଲ୍ଲଭଭାଇ ପଟେଲ ୧୫୦ତମ ଜୟନ୍ତୀ ପାଳନ ଓ ଏକତା ପଦଯାତ୍ରା ପ୍ରସ୍ତୁତି ବୈଠକ..

IMG-20251024-WA0035
Share

 

ପାରଳାଖେମୁଣ୍ଡି(ଲମ୍ବୋଦର ସାହୁ) ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଭାରତର ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଓ ଏକତା ପଦଯାତ୍ରା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ବୈଠକରେ ମାନ୍ୟବର ସାଂସଦ ବ୍ରହ୍ମପୁର ଡ଼.ପ୍ରଦୀପ କୁମାର ପାଣିଗ୍ରାହୀ ଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଅଛି।

ଏହି ପ୍ରସ୍ତୁତି ବୈଠକରେ ଆସନ୍ତା ନଭେମ୍ବର ୭ ତାରିଖ ଦିନ ସକାଳ ୬:୩୦ ଘଟିକା ସମୟରେ ବିଏନ.ପେଲେସ୍ ଠାରେ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଉକ୍ତ ଦିନ ବିଏନ ପେଲେସ୍ ଠାରୁ ଏକତା ପଦଯାତ୍ରା ବାହାରି ସହର ପରିକ୍ରମା କରାଯିବ।ଏହି ଅବସରରେ ୬ କିଲୋମିଟର ପଦଯାତ୍ରାରେ ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ,ସହରର ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖଙ୍କ ଉପସ୍ଥିତରେ ପଦଯାତ୍ରା ଆୟୋଜିତ ହେବ।ଏହି ସମୟରେ ସ୍ଥାନୀୟ କଳାକାର ମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ,ସ୍ଥାନୀୟ ଉତ୍ପାଦ ଦ୍ରବ୍ୟ ଗୁଡ଼ିକର ପ୍ରଦର୍ଶନ,ଏକ୍ ପେଡ୍ ମା କେ ନାମ୍ କାର୍ଯ୍ୟକ୍ରମ,ସଫେଇ କାର୍ଯ୍ୟକ୍ରମ,ଏକ ଭାରତ-ଆତ୍ମନିର୍ଭର ଭାରତ କାର୍ଯ୍ୟକ୍ରମ,ଶପଥ ପାଠ କାର୍ଯ୍ୟକ୍ରମ,ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯିବା ବୈଠକ ରେ ସ୍ଥିର ହୋଇଛି।ସର୍ଦ୍ଦାର ବଲ୍ଲଭଭାଇ ପଟେଲ ନିଜ ଜୀବନକୁ ଦେଶର ସ୍ୱାଧୀନତା ପାଇଁ ଉତ୍ସର୍ଗ କରିଥିଲେ,ସ୍ୱାଧୀନତା ପରେ ପଟେଲ ନିଜର କୌଶଳ ଓ ଶକ୍ତି ବଳରେ ଦେଶକୁ ସଙ୍କଟ ପରିସ୍ଥିତିରୁ ବଞ୍ଚାଇଥିଲେ।ଦେଶକୁ ଏକତା ସୂତ୍ରରେ ବାନ୍ଧି ରଖିଥିଲେ।

ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କ ଭୁମିକା ଗୁରୁତ୍ୱ ପୁର୍ଣ ଥିଲା। ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ।ସ୍ୱାଧୀନତା ସମୟରେ ଭାରତର ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବା, ତାଙ୍କର ଦକ୍ଷତାର ପ୍ରମାଣ ଦିଏ। ତାଙ୍କର ଏହି ବଳିଷ୍ଠ ଅବଦାନ ନିମିତ୍ତ ତାଙ୍କୁ “ଲୌହ ମାନବ” ର ଉପାଧି ମିଳିଥିଲା,ସେଥିପାଇଁ ସେ ଚୀର ନମସ୍ୟ ହୋଇରହିବେ।ଉକ୍ତ କାର୍ଯ୍ୟକ୍ରମକୁ ନେଇ ମାନ୍ୟବର ସାଂସଦ ବ୍ରହ୍ମପୁରଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀ ମଧ୍ଯ ଅନୁଷ୍ଠିତ ହୋଇଯାଇଅଛି।ଉକ୍ତ ବୈଠକରେ ମାନ୍ୟବର ବିଧାୟକ ମୋହନା ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗ,ଜିଲ୍ଲାପାଳ ଶ୍ରୀମତୀ ମଧୁମିତା,ଅତିରିକ୍ତ ଜିଲ୍ଲାପାଳ ଫାଲଗୁନୀ ମାଝୀ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଶଙ୍କର କେରକେଟା,ଉପ-ଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା, ପ୍ରକଳ୍ପ ପ୍ରଶାସକ,ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।