March 12, 2026

ଗଜପତି ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ …

yhgyu
Share


ରାଜ୍ୟ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ଅବସରରେ ଆଜି ପାରଳାଖେମୁଣ୍ଡି ୟୁନୀୟନ୍ ଗ୍ରାମୀଣ ଆତ୍ମ ନିଯୁକ୍ତି ଅନୁଷ୍ଠାନ ଭବନ ପରିସରରେ ଗଜପତି ଜିଲ୍ଲାରେ ଥିବା ବିଭିନ୍ନ ପାଣି ପଞ୍ଚାୟତର ଚାଷୀ ଓ କର୍ମକର୍ତ୍ତା ମାନଙ୍କ ଉପସ୍ଥିତିରେ ଜିଲ୍ଲା ସ୍ତରୀୟ ଉତ୍ସବ ପାଳିତ ହୋଇଛି। ଗଜପତି ଜିଲ୍ଲାରେ କ୍ଷୁଦ୍ର ଜଳସେଚନ ବିଭାଗ ଅଧିନରେ ୧୪୪ଟି ଏବଂ ଉଠା ଜଳସେଚନ ବିଭାଗ ଅଧିନରେ ୪୧୪ଗୋଟି ପାଣି ପଞ୍ଚାୟତ କାର୍ଯ୍ୟକାରୀ ହେଉଥିବା ଜଣାପଡିଛି। ଆଜିର ଏହି ଉତ୍ସବରେ ବ୍ରହ୍ମପୁର ଲୋକସଭା ସାଂସଦ ଚନ୍ଦ୍ର ଶେଖର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏହା ସହ ଏହି ବଢାନ୍ୟ ଉତ୍ସବରେ ସମ୍ମାନିତ ଅତିଥି ଭାବେ ବ୍ରହ୍ମପୁର ମୁଖ୍ୟଯନ୍ତ୍ରୀ ତଥା ଅବବାହିକା ପରିଚାଳକ ଇଂ. ସଞ୍ଜୀବ କୁମାର ଦାସଶର୍ମା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜି. ତିରୁପତି ରାଓ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ବଳରାମ ସୁବୁଦ୍ଧି, ଜଳଛାୟା ପ୍ରକଳ୍ପ ନିର୍ଦ୍ଦେଶକ ସୁରେଶ କୁମାର ପଟ୍ଟନାୟକ, ଉପ ଉଦ୍ୟାନ ନିର୍ଦ୍ଦେଶକ ସୁଶାନ୍ତ କୁମାର ଦାସ ପ୍ରମୁଖ ଅତିଥି ଭାବେ ଯୋଗଦେଇ ପାଣି ପଞ୍ଚାୟତ ଭୂମିକା ଓ ତାହାର ସୁପରିଚାଳନା ନିମନ୍ତେ ବିଭିନ୍ନ ପରାମର୍ଶ ଉପସ୍ଥିତ ଥିବା ପାଣି ପଞ୍ଚାୟତର କୃଷକ ମାନଙ୍କୁ ପ୍ରଦାନ କରିଥିଲେ। ଏହି ଅବସରରେ ଓଡ଼ିଆ ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, ସାଧାରଣ ଜ୍ଞାନ, ଓଡ଼ିଆ ବାତ୍କୃତା ଏବଂ ମଡେଲ ପ୍ରତିଯୋଗିତାରେ ଜିଲ୍ଲା ସ୍ତରରେ କୃତିତ୍ୱ ହାସଲ କରିଥିବା ବିଭିନ୍ନ ବିଦ୍ୟାଳୟର ୮ମ ରୁ ୧୦ମ ଶ୍ରେଣୀର ଛାତ୍ର ଛାତ୍ରୀ ମାନଙ୍କୁ ସଭା ମଞ୍ଚରେ ମୁଖ୍ୟ ଅତିଥି ଏବଂ ସମ୍ମାନୀୟ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ଏହି ଉତ୍ସବ କାର୍ଯ୍ୟକ୍ରମରେ ପ୍ରାଣୀ ଚିକିତ୍ସା, କୃଷି ଉଦ୍ୟାନ ଜଳଛାୟା ବିଭାଗ ଦ୍ଵାରା ପ୍ରଦର୍ଶିତ ପ୍ରକଳ୍ପ ଗୁଡ଼ିକ ଉଚ୍ଚ କୋଟିର ଥିବାରୁ ଜନସାଧାରଣଙ୍କ ଦ୍ଵାରା ଉଚ୍ଚ ପ୍ରଶଂସିତ ହୋଇଥିଲା। ଏହି ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ଟିକୁ ଜଳସମ୍ପଦ ବିଭାଗର ଜିଲ୍ଲା ପାଣି ପଞ୍ଚାୟତ ନୋଡାଲ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟଯନ୍ତ୍ରୀ ଇଂ. ନଗେନ୍ଦ୍ର ନାଥ ମହାରଣା ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଉଚ୍ଚ ପ୍ରଶଂସିତ ହେବା ସହ ସୁଚାରୁରୂପେ ପରିଚାଳିତ ହୋଇଥିଲା। ଏହା କୁ ପରିଚାଳନା କରିଥିଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ମୋହିତ ଆଚାର୍ଯ୍ୟ ଙ୍କ ସମେତ ବିଭାଗୀୟ ଅଧିକାରୀ ମାନେ।