April 25, 2026

ବ୍ରଜବିହାର ସରସ୍ବତୀ ଶିଶୁ ମନ୍ଦିରର ୪O ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି

IMG-20260125-WA0035
Share

 

ଭବାନୀପାଟଣା(ଧୀରଜ ଆଚାର୍ଯ୍ୟ) ଗତକାଲି ସଂଧ୍ୟାରେ ଭବାନୀପାଟଣା ସ୍ଥିତ ବ୍ରଜବିହାର ସରସ୍ବତୀ ଶିଶୁ ମନ୍ଦିର ବିଦ୍ୟାଳୟର ଚାଲିଶ ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବରେ କଳାହାଣ୍ଡି ସାଂସଦ ଶ୍ରୀମତୀ ମାଳବିକା ଦେବି, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ରାଧା କାନ୍ତ ଛତ୍ରୀ ତଥା ମୁଖ୍ୟ ବକ୍ତା ଭାବରେ ପ୍ରାନ୍ତ ସଦଭାବନାର ଅଧ୍ୟକ୍ଷ ଶ୍ରୀଯୁକ୍ତ ଜୟନ୍ତ କୁମାର ମୁଣ୍ଡ ପ୍ରମୁଖ ଯୋଗ ଦେଇଥିଲେ, ତତସହିତ ବିଦ୍ୟାଳୟର ପରିଚାଳନା କମିଟି ଅଧ୍ୟକ୍ଷ ଶ୍ରୀଯୁକ୍ତ ଦୀନବନ୍ଧୁ ମୁଣ୍ଡ ତଥା ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ମନୋଜ କୁମାର ମୁଣ୍ଡ ପ୍ରମୁଖ ମଞ୍ଚାସିନ ହୋଇଥିଲେ। ଏହି ବାର୍ଷିକ ଉତ୍ସବରେ ବିଦ୍ୟାଳୟର ପରିଚାଳନା କମିଟିର ସମ୍ପାଦକ ଶ୍ରୀଯୁକ୍ତ ପ୍ରମୋଦ କୁମାର ପଣ୍ଡା ମଞ୍ଚ ପରିଚାଳନା ପୂର୍ବକ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ମଞ୍ଚାସିନ ଅତିଥିଙ୍କ ପରିଚୟ ପ୍ରଦାନ କରିଥିଲେ। ଏହାପରେ ପ୍ରାନ୍ତ ସଦଭାବନା ପ୍ରମୁଖ ଶ୍ରୀଯୁକ୍ତ ଜୟନ୍ତ କୁମାର ମୁଣ୍ଡ ମୁଖ୍ୟବକ୍ତା ଭାବରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ, ଏହାପରେ ମୁଖ୍ୟ ଅତିଥି ଗଣ ମଧ୍ୟ ନିଜ ନିଜର ବକ୍ତବ୍ୟ ପ୍ରଦାନ କରିବା ସହ ଛାତ୍ର ଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ।ଏହାପରେ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ମନୋଜ କୁମାର ମୁଣ୍ଡ ବାର୍ଷିକ ବିବରଣୀ ପାଠ କରିଥିଲେ। ଏହାପରେ ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କ ଦ୍ୱାରା ବିଭିନ୍ନ ରଙ୍ଗା ରଙ୍ଗ ନୃତ୍ୟ ସଙ୍ଗୀତ ପରିବେଷଣ କରାଯାଇଥିଲା। କାର୍ଯ୍ୟକ୍ରମ ଶେଷରେ ମୁଖ୍ୟ ଅତିଥିଙ୍କ ଦ୍ୱାରା କୃତି ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇ ସମ୍ମାନିତ କରାଯାଇଥିଲା। ଏଥିସହ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ଶେଷ ହୋଇଥିଲା।

You may have missed