April 25, 2026

ରାଜ୍ୟ ସରକାରଙ୍କ ବ୍ୟାନ ପରେ ଗଜପତି ଜିଲ୍ଲାରେ ତମାଖୁ, ଗୁଟଖା, ସିଗାରେଟ ଆଦିର ଦର ୩ ଗୁଣ ବୃଦ୍ଧି  

IMG-20260125-WA0050
Share

 

 

 

ପାରଳାଖେମୁଣ୍ଡି:୨୫/୧(ଗରୁଡ ଧ୍ଵଜ ଚୌଧୁରୀ)ରାଜ୍ୟ ସରକାର ସମସ୍ତ ଗୁଟ୍ଟୋ, ପାନମସଲା, ସିଗାରେଟ, ଜଦ୍ଦା, ଖଇନି ଏବଂ ତମାଖୁ ତଥା ନିକୋଟିନଯୁକ୍ତ ସମସ୍ତ ଉତ୍ପାଦର ବିକ୍ରି ଉପରେ ସମ୍ପୂର୍ଣ ବ୍ୟାନ ନିଷେଧାଦେଶ ଜାରି କରିଛନ୍ତି। ଏହାର ସୁଯୋଗ ନେଇ ପୂର୍ବରୁ ଯେଉଁମାନେ ଏହି ଵ୍ୟବସାୟ କରୁଥିଲେ ସେମାନେ ଗୁଟଖା, ଖଇନି, ସିଗାରେଟ ଆଦିର ଦର 3 ଗୁଣରୁ ଅଧିକ କରି କଳା ବଜାରରେ ବିକ୍ରି କରି ମାଲାମାଲ ହେଉଛନ୍ତି. ବର୍ତ୍ତମାନ ଦୋକାନ ଗୁଡ଼ିକରେ ଖୋଲାଖୋଲି ତମାଖୁ ବିକ୍ରି ହେଉ ନଥିବା ବେଳେ ତମାଖୁ ସେବନରେ ଅଭ୍ୟସ୍ତ ଗ୍ରାହକଏବେ ବିକଳ୍ପ ଖୋଜୁଥିବାରୁ ଏହାର ସୁଯୋଗ ନେଇ ଦୋକାନୀ କଳାବଜାର ଆରମ୍ଭ କରିଦେଇଛନ୍ତି । ତିନି ଗୁଣା ଚଢ଼ାଦରରେ ଲୋକଙ୍କୁ ତମାଖୁ ବିକ୍ରି କରାଯାଉଛି। କାରଣ ଆଗରୁ କେବଳ ଗୁଟଖା ଉପରେ ନିଷେଧାଦେଶ ଜାରି ହୋଇଥିଲା। ଏବେ ନିକୋଟିନଯୁକ୍ତ ସମସ୍ତ ପଦାର୍ଥକୁ ନିଷିଦ୍ଧ କରିବା ଫଳରେ କଳାବଜାରରେ ଅଧିକ ଭାବେ ବଢ଼ିଛି। ଯେଉଁ ହୋଲସେଲ୍ ବ୍ୟବସାୟୀମାନେ ଏସବୁ ସାମଗ୍ରୀକୁ ଗଚ୍ଛିତ ରଖିଥିଲେ ସେମାନେ ଦରକୁ ବଢ଼ାଇ ଦେଇଛନ୍ତି। ଆଉ ଲାଭବାନ୍ ହେଉଛନ୍ତି । ଦୋକାନୀମାନେ ବି ଲୁଚାଛପାରେ ଏହାକୁ ବିକ୍ରି କରୁଛନ୍ତି । ବିଭିନ୍ନ ନାମୀ ଓ ବେନାମୀ କମ୍ପାନିର ତମାଖୁ ବିକ୍ରି ହେଉଛି। ଫଳରେ ଧରପଗଡ଼ର ଏବେ ଆବଶ୍ୟକ‌ତା ରହିଛି।

You may have missed