February 28, 2025

ତାଳସାକର ଉଚ୍ଚ ପ୍ରାଥମିକ ସ୍କୁଲର ବାର୍ଷିକୋତ୍ସବ

Share


ବୁଗୁଡା : ତା ୨୫/୦୨/୨୫ : ବୁଗୁଡ଼ା ବ୍ଲକ ତାଳସାକର ଗ୍ରାମସ୍ଥ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ସିମାଞ୍ଚଳ ସେଠୀଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ମୁଖ୍ଯ ଅତିଥି ଭାବେ ଗୋଷ୍ଠୀ ଶିକ୍ଷାଧିକାରୀ ଚିନ୍ମୟ ମହାପାତ୍ର, ସମ୍ମାନିତ ଅତିଥି ଭାବେ ଏବିଇଓ ଅମିତା କୁମାରୀ ପାଢୀ ଓ ତପସ୍ବିନୀ ସାହୁ ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିଲେ। ଏ ଅବସରରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା କରାଯାଇଥିଲା। ଏଥି ସହ ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

You may have missed