April 27, 2026

ଉଲୁଣ୍ଡା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

IMG-20230425-WA0029
Share

 

 

ଉଲୁଣ୍ଡା – ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଶିବିର ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୩ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୬ ଗୋଟି ଗ୍ରହଣ କରାଯାଇଥିବା ବେଳେ ୭ ଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇ ଥିଲା ୧୪ ଗୋଟି ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ବିଶିପଡା ପଞ୍ଚାୟତର ସୁଶ୍ରୀ ସୁଚରିତା ସାନବଡ,ବ୍ୟାସବ୍ୟାସଦେବ ଦଳାଇ, ଅଞ୍ଜନା ଲୁହା ଙ୍କୁ ବିକଳାଙ୍ଗ ଭତ୍ତା ଏବଂ ଅସରପି ସାଣ୍ଢଙ୍କୁ ବିଧବା ଭତ୍ତାl ତୁରନ୍ତ ପ୍ରଦାନ କରା ଯାଇଥିଲା l ବିଡିଓ, ଉଲୁଣ୍ଡା କରିଶ୍ମା ବେଶ୍ରା ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର, ଉପଜିଲ୍ଲାପାଳ ବୀରମହାରାଜପୁର ଅଶୋକ କୁମାର ଭୋଇ, ଏସଡିପିଓ ବୀରମହାରାଜପୁର ଡ଼ୋଲାମଣୀ ଭୋଇ, ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଅବକାରୀ ଅଧିକ୍ଷକ ସୁମତୀ ତ୍ରିପାଠୀ, ତହସିଲଦାର ଉଲୁଣ୍ଡା ଦିଲ୍ଲିପ ମାଝି, ଜିଲ୍ଳା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ ବିଶ୍ୱରଂଜନ ପତି, କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଆର ଡବ୍ଲୁ ଏସ ଏସ ଇଂ ବିଭୁ ପ୍ରସାଦ ପଣ୍ଡା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ରେଣୁବାଳା ଦାଶ, ଜିଲ୍ଳା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ପ୍ରମୁଖଙ୍କ ସହ ବିଭିନ୍ନ ଜିଲ୍ଳାସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ କର୍ମଚାରୀ ଓ଼ ସାମ୍ବାଦିକମାନେ ଯୋଗଦାନ କରିଥିଲେ l