May 10, 2026

ଅନୁଗୋଳ ଜିଲ୍ଲା ବିଜୁ ମଇଦାନ ଠାରେ ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ୨୦୨୫ ମହସମାରୋହ ରେ ଅନୁଷ୍ଠିତ ହୋଇଯାଇଛି l

IMG-20250425-WA0105
Share

ଅନୁଗୋଳ ଜିଲ୍ଲା ବିଜୁ ମଇଦାନ ଠାରେ ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ୨୦୨୫ ମହସମାରୋହ ରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ମାନ୍ୟବର ଅନୁଗୋଳ ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ, ମାନ୍ୟବର ପାଳଲହଡା ବିଧାୟକ ଶ୍ରୀ ଅଶୋକ ମହାନ୍ତି, ଜିଲ୍ଲାପାଳ ଶ୍ରୀ ଅବ୍ଦାଲ ମୁହମ୍ମଦ ଅଖତାର, ଜିଲ୍ଲାପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ,

 

ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ପଦ୍ମନାଭ ସାମନ୍ତରାୟ, ଅନୁଗୋଳ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡ . ବିଶ୍ବଭୂଷଣ, ମାନ୍ୟବର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସଂସଦ ଙ୍କ ପ୍ରତିନିଧି ଶ୍ରୀ ସୁଦୀପ ଗଡନାୟକ ଓ ପ୍ରଦୀପ ପ୍ରଧାନ, ମାନ୍ୟବର ଢେଙ୍କାନାଳ ସାଂସଦଙ୍କ ପ୍ରତିନିଧି ଶ୍ରୀ ପ୍ରଭାତ କୁମାର ପ୍ରଧାନ, ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମ ର ଶୁଭ ଉଦଘାଟନ କରିଥିଲେ |

 

 

ଏହି କାର୍ଯ୍ୟକ୍ରମରେ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଞ୍ଚାୟତର ନିର୍ବାଚିତ ପଞ୍ଚାୟତିରାଜ ପ୍ରତିନିଧି, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟା, ଅଙ୍ଗନୱାଡି କର୍ମୀ,ଜ଼ିଲ୍ଲା ଏବଂ ବ୍ଲକ ସ୍ତରୀୟ ଅଧିକାରୀ, କର୍ମଚାରୀ, ଗଣମାଧ୍ୟମ ପ୍ରତିନିଧି ଜନସାଧାରଣ,ମିଶନ ଶକ୍ତି ଏବଂ ମିଲେଟ ଶକ୍ତି ମାଆ ମାନେ ଯୋଗ ଦେଇଥିଲେ | ରାଜ୍ୟ ସ୍ତରୀୟ ପଞ୍ଚାୟତିରାଜ ଦିବସ କାର୍ଯ୍ୟକ୍ରମର ଆଭାସୀ ମାଧ୍ୟମରେ ସିଧା ପ୍ରସାରଣ କରାଯାଇଥିଲା l ଉକ୍ତ ଅବସରରେ ଅତିଥି ମାନଂକ ଦ୍ବାରା ଶ୍ରେଷ୍ଠ ପଞ୍ଚାୟତ ପୁରସ୍କାର, ପଞ୍ଚଦଶ ଅର୍ଥ ଆୟୋଗ ର ଅର୍ଥ ରାଶି ବଣ୍ଟନ, ନୂତନ ଖାଉଟି କାର୍ଡ ବଣ୍ଟନ, ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ୧୦୦ ଗୋଟି କର୍ଯ୍ୟଦିବସ ପୂରଣ କରିଥିବା ବ୍ୟକ୍ତିଙ୍କୁ ସମ୍ମାନିତ କରାଯାଇଥିଲା। ଓ ଅନ୍ୟାନ୍ୟ ଯୋଜନାର କାର୍ଯାଦେଶ ବଣ୍ଟନ କରା ଯାଇଥିଲା l

 

ଅନୁଗୋଳ ରୁ ଅଜିତ୍ କୁମାର ଭୋଇ