ଉମରକୋଟ ବ୍ଲକ ଅନ୍ତର୍ଗତ ୟୁ.ଭି. ୧୧ ନ° ରେ ବିଷ ପିଇ ଜଣେ ଯୁବକ ଙ୍କ ଆତ୍ମହତ୍ୟା………..
ଉମରକୋଟ:- (ଏମ୍.ଦୀନା°ଶୁ ଆଚାରୀ) ବିଷ ପିଇ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲା ଉମରକୋଟ ଥାନା ଅଧୀନରେ। ବିଷ ପିଇ ଆତ୍ମହତ୍ୟା କରିଥିବା ଯୁବକ ଜଣକ ହେଲେ ଉମରକୋଟ ବ୍ଲକ ଅନ୍ତର୍ଗତ ୟୁଭି ୧୧ ନଂ ନାୟକ ଗୁଡା ଗ୍ରାମର ସତ୍ୟମ ବାଲା (୩୨)। ମିଳିଥିବା ସୂଚନା ଅନୁସାରେ ସତ୍ୟମ ଗତକାଲି ସଂଧ୍ୟା ସମୟରେ ଘରେ ଫସଲରେ ମାରିବା ପାଇଁ ରଖାଯାଇଥିବା କିଟନାଶକ ପିଇ ଦେଇଥିଲେ। ଗୁରୁତର ଅବସ୍ଥାରେ ପରିବାର ଲୋକେ ଅଟୋ ଯୋଗେ ଉମରକୋଟ ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ। ପ୍ରାଥମିକ ଚିକିତ୍ସା ପରେ ସତ୍ୟମ ଙ୍କ ଅବସ୍ଥା ଗୁରୁତର ହେବାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। ବିଳମ୍ବିତ ରାତିରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ସତ୍ୟମ କୁ ମୃତ ଘୋଷଣା କରିଥିଲେ। ଏନେଇ ପରିବାର ଲୋକଙ୍କ ପକ୍ଷରୁ ଉମରକୋଟ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ କୁ ଭିତ୍ତି କରି ପୋଲିସ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରିବା ସହ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ। ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛନ୍ତି। ତଦନ୍ତ ଭାର ଏସଆଇ ସଞ୍ଜୟ ମଣ୍ଡଳ ସମ୍ଭାଳିଛନ୍ତି। ସତ୍ୟମ କଣ ପାଇଁ ବିଷ ପିଇ ଆତ୍ମହତ୍ୟା କଲେ ତାହା ବର୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ।
