July 25, 2026

ପାରଳାଖେମୁଣ୍ଡି ରଥଯାତ୍ରା ପାଳନ ଉପଲକ୍ଷେ ଦ୍ଵିତୀୟ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ..

IMG-20260725-WA0047
Share

      ପାରଳାଖେମୁଣ୍ଡି / ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୁଲ୍ୟରେ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣ ଦେବସ୍ନାନ ମଣ୍ଡପ ଠାରେ ସ୍ଥାନୀୟ କଳାକାର ମାନଙ୍କ ଦ୍ବାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଆଜି ଦ୍ଵିତୀୟ ସନ୍ଧ୍ୟାରେ ପାରଳା ର ଅଗ୍ରଣୀ ଅନୁଷ୍ଠାନ ସମଲେଇ ନୃତ୍ୟକଳା ପରିଷଦ , ଶ୍ରୀ ଜଗନ୍ନାଥ ଓଡ଼ିଶୀ କଳା କେନ୍ଦ୍ର , ମିରାକେଲ ଡେନ୍ସ ଷ୍ଟୁଡିଓ , ଭିନିଶା କୁଚୁପୁଡ଼ି ଏକାଡେମୀର କଳାକାର ମାନଙ୍କ ଦ୍ବାରା ଶାସ୍ତ୍ରୀୟ ନୃତ୍ୟ ଓଡ଼ିଶୀ ଓ ସମ୍ବଲପୁରୀ ଭଜନ , ଭଜନ , କୁଚୁପୁଡ଼ି ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ସମସ୍ତ କାର୍ଯ୍ୟକ୍ରମକୁ ଶୁଭ୍ରାଂଶୁ ଶେଖର ପଟ୍ଟନାୟକ ସଂଯୋଜନା କରିଥିବା ବେଳେ ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ପରିଚାଳନା କରିଥିବା ବେଳେ ଜିଲ୍ଲା ସଂସ୍କୃତି ବିଭାଗ କାର୍ଯ୍ୟାଳୟର ମନୋଜ କୁମାର ଲିମ୍ମା ସହଯୋଗ କରିଥିଲେ।

ଏହି କାର୍ଯ୍ୟକ୍ରମ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଦେବସ୍ନାନ ମଣ୍ଡପରେ ପ୍ରତିଦିନ ସନ୍ଧ୍ୟା ୬ ଘଣ୍ଟା ଠାରୁ ୯ ଘଟିକା ସମୟ ମଧ୍ୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ।