November 26, 2024

ଉମରକୋଟ ଠାରେ ବ୍ଲକ ସ୍ତରୀୟ ସଂସ୍କୃତ ଦିବସ ପାଳିତ………..

Share

 

 

ଉମରକୋଟ:- (ଏମ୍.ଦିନା°ଶୁ ଆଚାରୀ) ଉମରକୋଟ ବ୍ଲକ ସ୍ତରୀୟ ସଂସ୍କୃତ ଦିବସ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ‌ଉମରକୋଟଠାରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ପ୍ରୀତି ରଞ୍ଜନ ରଥ ଏବଂ ମୂଖ୍ୟ ବକ୍ତା ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ବିକାଶ ଚନ୍ଦ୍ର ସରକାର ଯୋଗଦେଇ ସଂସ୍କୃତ ଭାଷାର ବିକାଶ କିଭଳି ହୋଇ ପାରିବ ସେଥିପ୍ରତି ଗୁରୁତ୍ୱ ଦେଇ ଥିଲେ । ସମ୍ମାନୀତ ଅତିଥି ଭାବରେ ବାଳିକା ଉଚ୍ଚ ବିଦ୍ୟାଳୟ ର ଶିକ୍ଷୟିତ୍ରୀ କାଞ୍ଚନ ବାଳା ଚାନ୍ଦ ଏବଂ ଆଚାର୍ଯ୍ୟ ବେଦ ପ୍ରକାଶ ସଂସ୍କୃତ ବିଷୟକୁ ଛାତ୍ର ଛାତ୍ରୀ ମାନେ ପଢ଼ିବା ଉଚିତ ବୋଲି ମତବ୍ୟକ୍ତ କରିଥିଲେ। ଉମରକୋଟ ବ୍ଲକ ସଭାପତି ଶ୍ରୀଯୁକ୍ତ ରାଜେନ୍ଦ୍ର କୁମାର ପଣ୍ଡା ସଂସ୍କୃତ ଶିକ୍ଷା ପ୍ରଣାଳୀ ଉପରେ ଧ୍ୟାନ ଆକର୍ଷଣ କରିଥିଲେ। ବାଳିକା ଉଚ୍ଚ ବିଦ୍ୟାଳୟ ର ଶିକ୍ଷୟିତ୍ରୀ ସସ୍ମିତା ରାଉତ ମଞ୍ଚ ପରିଚାଳନା କରିଥିଲେ। ଶିକ୍ଷକ ଶିବ ଶଙ୍କର ପତି ସଭା ଆରମ୍ଭରେ ବେଦ ପାଠ କରିଥିଲେ। ଶିକ୍ଷକ ଶ୍ରୀଯୁକ୍ତ ବୀରେନ୍ଦ୍ର ପ୍ରସାଦ ଆଚାର୍ଯ୍ୟ ସଂସ୍କୃତ ଭାଷଣ ରେ ସଂସ୍କୃତ ଭାଷାର ମହତ୍ୱ ବିଷୟ ର ପ୍ରତିପାଦନ କରିଥିଲେ । ବାଳିକା ବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ବାରା ସଂସ୍କୃତ ସଂଗୀତ ପରିବେଷଣ କରାଯାଇଥିଲା । ପ୍ରତିଯୋଗିତା ରେ କୃତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଏଥିରେ ଶ୍ରୀମତୀ ବିଦ୍ୟୁତ ଲକ୍ଷ୍ନୀ ମିଶ୍ର , ସଚିନ୍ ସଦା ଗୋପନ ସହୁ,ରାଧା ଗୋବିନ୍ଦ ପରିଡ଼ା,ସୁରେନ୍ଦ୍ର ମିଶ୍ର ,ରାଜେଶ ପଣ୍ଡା,ଅନନ୍ତ ସେନାପତି , ବୈକୁଣ୍ଠ ସେନାପତି , ବିଶ୍ଵ ରଞ୍ଜନ ନାୟକ , ସନ୍ତୋଷ ଦାସ , ଶ୍ରୀକାନ୍ତ ସାହୁ, ପୁରଵି ରଥ , ବାଲୁଙ୍କେଶ୍ୱର ପ୍ରଧାନ,ମାନସୀ ରାଣୀ ରାଉତ, କବିତା ମଣ୍ଡଳ , ଜୟଶ୍ରୀ ସାହୁ ପ୍ରମୁଖ ଯୋଗ ଦେଇ ସଭାକୁ ସାଫଲ୍ୟ ମଣ୍ଡିତ କରିଥିଲେ। ବ୍ଲକ ସମ୍ପାଦକ ଶ୍ରୀଯୁକ୍ତ ମିହିର ରଂଜନ ପଣ୍ଡା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.