November 26, 2024

ଓକିଲଙ୍କୁ ଆକ୍ରମଣ ଘଟଣାକୁ ତୀବ୍ର ନିନ୍ଦା, ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବି

Share

ବୁଗୁଡ଼ା : ତା ୨୫/୦୯/୨୪ : ଓକିଲ ଆଶିଷ ରାଉତଙ୍କୁ ଅଜଣା ଦୁର୍ବୁତ୍ତଙ୍କ ଆକ୍ରମଣ ଘଟଣାକୁ ବୁଗୁଡ଼ା ଓକିଲ ସଙ୍ଘ ପକ୍ଷରୁ ତୀବ୍ର ନିନ୍ଦା କରାଯିବା ସହ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରିବା ଦାବିରେ ଆଜି ଓକିଲ ସଙ୍ଘ ପକ୍ଷରୁ ଏକ ଦାବିପତ୍ର ସ୍ଥାନୀୟ ଥାନା ଅଧିକାରୀ ପ୍ରଭାତ ରଞ୍ଜନ ମହାନ୍ତିଙ୍କୁ ପ୍ରଦାନ କରାଯାଇଛି l ଆଜି ବୁଗୁଡ଼ା ବାର ଆସୋସିଏସନ ହଲରେ ସଙ୍ଘ ସଭାପତି ବନବାସୀ ମହାରଣାଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଉପସଭାପତି ସରୋଜ କୁମାର ଦାଶ, ସମ୍ପାଦକ ଦୁର୍ଗା ମାଧବ ପଣ୍ଡା, ସହ ସମ୍ପାଦକ ସିମାଞ୍ଚଳ ନନ୍ଦ, କୋଷାଧକ୍ଷ କାହ୍ନୁ ଚରଣ ସାହୁ, ପ୍ରାକ୍ତନ ସଭାପତି ହର ପ୍ରସାଦ ଦାଶଙ୍କ ସମେତ ଅନ୍ୟାନ୍ୟ ସଦସ୍ୟମାନେ ଉପସ୍ଥିତ ରହି ଘଟଣାର ତୀବ୍ର ନିନ୍ଦା କରିବା ସହ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ଦାବି କରିବା ସହ ତୁରନ୍ତ ଗିରଫ କରାନଗଲେ ସଙ୍ଘ ଆନ୍ଦୋଳନକୁ ଓହ୍ଲାଇବା ପାଇଁ ଚେତାବନୀ ଦେଇଥିଲା l ପ୍ରକାଶ ଥାଉ କି, ଗତକାଲି ସକାଳ ସାଢେ ଦଶଟା ସମୟରେ ଆଶିଷ ତାଙ୍କ ସ୍ତ୍ରୀଙ୍କୁ ନାଗିରି ଅଙ୍ଗନଓ୍ବାଡି କେନ୍ଦ୍ରରେ ଛାଡି ନିଜ ଗାଁ ମୋଟାବାଡିକୁ ଫେରୁଥିବା ବେଳେ ପୂର୍ବରୁ ଏକ ବାଇକରେ ଆସି ବାଟରେ ଛକିଥିବା ତିନି ଜଣ ଦୁର୍ବୃତ୍ତ ତାଙ୍କୁ ଅତର୍କିତ ଭାବେ ଲୁହା ରଡରେ ଆକ୍ରମଣ କରିବା ସହ ମୋବାଇଲ୍, ପର୍ସ ଓ ବାଇକ୍ ଡିକିରେ ଥିବା ଦରକାରୀ କାଗଜପତ୍ର ଲୁଟି ବାଇକରେ ଦ୍ରୁତ ଗତିରେ ଚାଲି ଯାଇଥିଲେ । ଆହତ ଅବସ୍ଥାରେ ତାଙ୍କୁ ସେଠାରୁ ଉଦ୍ଧାର କରାଯାଇ ବୁଗୁଡା ମେଡିକାଲକୁ ଅଣାଯାଇଥିଲା । ଆକ୍ରମଣରେ ତାଙ୍କର ବାମ ହାତ ଭାଙ୍ଗିଥିବା ସହ ଅଣ୍ଟାରେ ପ୍ରବଣ ଗଭୀର ଆଘାତ ଲାଗିଥିଲା । ତାଙ୍କୁ ଏଠାରେ ପ୍ରାଥମିକ ଚିକିତ୍ସା ପରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା ।

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.