May 20, 2025

Day: November 25, 2024

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ...

ରାମଚଣ୍ଡୀ ପୀଠରେ ସମ୍ବର୍ଦ୍ଧିତ ହେଲେ ସୁନାମଧନ୍ୟ ଓଡିଆ ଚଳଚିତ୍ର ନୃତ୍ୟଗୁରୁ ଅମିତ କୁମାର ନାୟକ

  ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଓଡ଼ିଆ ସିନେମା ଜଗତରେ ଚହଳ ପକାଇଥିବା କର୍ମ ଫିଲ୍ମର ଚିରିଂ ଚିରିଂ ଗୀତ ତଥା ମାଲ୍ୟଗିରିର ଧୁଳିଆ ଜନ୍ଦା ଗୀତର...

ମୁନିସିପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ନୂତନ ସୁପରିଡେଣ୍ଟ ଙ୍କ ଦାଇତ୍ୱ ଗ୍ରହଣ 

  ଛତ୍ରପୁର-୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଛତ୍ରପୁର ବ୍ଲକ ମୁନିସିପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ର ନୂତନ ସୁପରିଡେଣ୍ଟ ଭାବେ ଡାକ୍ତର ସ୍ୱାଧୀନ ରଥ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି...

ପୋଷ୍ୟ ସନ୍ତାନ ସଚେତନତା ରଥ ଉଦଘାଟିତ..

ପୁରୀ ଜିଲ୍ଲା ସ୍ତରୀୟ ପୋଷ୍ୟ ସନ୍ତାନ ସଚେତନତା ରଥକୁ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଉଦଘାଟନ କରିଛନ୍ତି।ଆଜି ପୂର୍ବାହ୍ନରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ଏହି ସଚେତନତା...

କୁମାରବସ୍ତ ଲୋକନାଥ କ୍ରିକେଟ୍  ପଙ୍ଗାରସିଂ ଓ ଅରିସଲ ବିଜୟୀ..

ଖୋର୍ଦ୍ଧା: ୨୪/୧୧/୨୪ :( ପ୍ରିୟଙ୍କା ମହାପାତ୍ର) ଖୋର୍ଦ୍ଧା ଉପକଣ୍ଠ କୁମାରବସ୍ତ ରାଉଜିଂଷ୍ଟାର କ୍ରିକେଟ୍ କ୍ଳବ ଆନୁକୁଲ୍ୟରେ ଲୋକନାଥ ଦେବ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ କୁମାରାବସ୍ତ ଖେଳପଡିଆ ର ଆଜି...

ଶିକ୍ଷକମାନଙ୍କ ତ୍ରିଦିବସୀୟ ଅଭିମୁଖୀକରଣ କାର୍ଯ୍ୟକ୍ରମ ଉଦଯାପିତ 

ବୁଗୁଡା : ତା ୨୫/୧୧/୨୪ : ସ୍ଥାନୀୟ ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଗତ ୨୧ ତାରିଖଠାରୁ...

ମିଶନ ଶକ୍ତି ବିପିସି ଓ ବିପିଏମ ଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା 

    କୋଲନରା - କୋଲନରା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଥିବା ନୂତନ କଲ୍ୟାଣ ମଣ୍ଡପ ଠାରେ ଆଜି ମିଶନ ଶକ୍ତି ବିପିସି ପ୍ରତାପ ନାୟକ ଓ...

କୃଷି ବିଭାଗ ତରଫରୁ କୃଷି ଯନ୍ତ୍ରପାତି ପଦର୍ଶନି ଓ ଚାଷୀ ମେଳା ..

  ଅସ୍ତରଙ୍ଗ,,ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ କୃଷି ବିଭାଗ ତରଫରୁ ସୋମବାର ଦିନ କୃଷିବିଭାଗ କାର୍ଯ୍ୟାଳୟ ପରିସରରେ ଦିନିକିଆ କୃଷି ଯନ୍ତ୍ରପାତି ପ୍ରଦର୍ଶନୀ ସହ ଚାଷୀ ମେଳା...

ବେଠିଆବୋରଦା ସ୍କୁଲରେ ପୋଷାକ ବଣ୍ଟନ ମେଳା 

ବୁଗୁଡା : ତା ୨୫/୧୧/୨୪ : ବୁଗୁଡା ବ୍ଲକ ବେଠିଆବୋରଦା ଗ୍ରାମସ୍ଥ ସରକାରୀ ପ୍ରାଥମିକ ବିଦ୍ୟାଳୟ ପକ୍ଷରୁ ସ୍ବପରିସରରେ ପୋଷାକ ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି ।...

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ..

ପାରଳାଖେମଣ୍ଡି,ତା. ୨୫.୧୧.୨୦୨୪   ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଗୋରୀବାନ୍ଧା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ...