June 21, 2026

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ..

IMG-20241125-WA0015
Share

ପାରଳାଖେମଣ୍ଡି,ତା. ୨୫.୧୧.୨୦୨୪

 

ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଗୋରୀବାନ୍ଧା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଶ୍ରୀ ଜତିନ୍ଦ୍ର କୁମାର ପଣ୍ଡା ,ଗଜପତି,ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଗୋରୀବନ୍ଧା ଗ୍ରାମ ପଞ୍ଚାୟତ ସମେତ ଶିଆଳି ,କିଡିଗାଁ ଓ ବୁଦୁରା ପଞ୍ଚାୟତର ସମୁଦାୟ ମୋଟ-୫୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୩୪ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୧୯ ଆସିଥିଲା । ଏହି ସବୁ ସମସ୍ତ ଅଭିଯୋଗ ଗୁଡିକ ତୁରନ୍ତ ସମାଧାନ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଜିଲ୍ଲାପରିଷଦ ଅଧ୍ୟକ୍ଷ ଶ୍ରୀ ଜି.ତିରୁପତି ରାଓ,କାଶୀନଗର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ବାଲା ସାୟାମା, ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ,ଗୋଷ୍ଠୀ

ଉନ୍ନୟନ ଅଧିକାରୀ ଶ୍ରୀ ଡମ୍ବରୁଧର ମଲ୍ଲିକ,ତହସିଲଦାର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ଅଲ୍ଲୀ, ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସନ୍ତୋଷ ନାୟକ ସ୍ଥାନୀୟ ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

ଗଜପତି ରୁ ଲମ୍ବୋଦର ସାହୁ ଙ୍କ ରିପୋର୍ଟ