November 26, 2024

ମୁନିସିପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ନୂତନ ସୁପରିଡେଣ୍ଟ ଙ୍କ ଦାଇତ୍ୱ ଗ୍ରହଣ 

Share

ଛତ୍ରପୁର-୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଛତ୍ରପୁର ବ୍ଲକ ମୁନିସିପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ର ନୂତନ ସୁପରିଡେଣ୍ଟ ଭାବେ ଡାକ୍ତର ସ୍ୱାଧୀନ ରଥ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଏହି ଅବସରରେ ନୂତନ ରଥ ଙ୍କୁ ସ୍ୱାଗତ ସମ୍ଭର୍ଦ୍ଧନା ଓ ପୂର୍ଵ ସୁପରିଡେଣ୍ଟ ଡାକ୍ତର ସୋମ୍ୟକାନ୍ତ ମହାପାତ୍ର ଙ୍କୁ ବିଦାୟ ସମ୍ଭର୍ଦ୍ଧନା ଦିଆଯାଇଥିଲା ବୈଠକ ରେ ଆଗାମୀ ଦିନରେ ସରକାରୀ କାର୍ଯ୍ୟକ୍ରମ ଓ ସ୍ୱାସ୍ଥ୍ୟ ସେବା ଆଦି ଉପରେ ଆଲୋଚନା ହୋଇଥିଲା ଏଥିରେ ଡାକ୍ତର ଅଜିତ ନାୟକ,ଡାକ୍ତର ବରୁଣ ବିଶ୍ୱାଳ, ଡାକ୍ତର ଚନ୍ଦ୍ରଶେଖର ମିଶ୍ର, ବିପିଏମ ସିମାଞ୍ଚଳ ନାୟକ, ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ବରୁଣ ପାଣିଗ୍ରାହୀ, ଜନ୍ମ ଓ ମୃତ୍ୟୁ ପଞ୍ଜିକରଣ ଅଧିକାରୀ ପୂଜା ବିଶ୍ୱାଳ, ଦେବେନ୍ଦ୍ର ନାଥ ନାୟକ ଙ୍କ ସମେତ ସ୍ୱାସ୍ଥ୍ୟ ବିଭାଗ ର କର୍ମଚାରୀ ଉପସ୍ଥିତ ଥିଲେ

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed