November 16, 2026

ଭାମଶ୍ୟାଳି ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ

gjyhgyuf
Share

ବୁଗୁଡ଼ା : ତା ୨୬/୦୨/୨୩ : ବୁଗୁଡ଼ା ବ୍ଲକର ଭାମଶ୍ୟାଳି ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ପ୍ରଧାନ ଶିକ୍ଷକ ଜି.ନାଗେଶ୍ବର ରାଓଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଉତ୍ସବରେ ମୁଖ୍ଯ ଅତିଥି ଭାବେ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ, ମୁଖ୍ୟ ବକ୍ତା ଭାବେ କଞ୍ଚଣା ହାଇସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ସ୍ନିଗ୍ଧାରାଣୀ ସ୍ବାଇଁ , ସମ୍ମାନିତ ଅତିଥି ଭାବେ ବାଣପୁର ଗୋଦାବରୀଶ ମହାବିଦ୍ୟାଳୟର କ୍ରୀଡା ଶିକ୍ଷକ ବୈରାଗୀ ଚରଣ ବଳ, ବୁଗୁଡ଼ା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ , ଏନଏସି ଉପାଧ୍ୟକ୍ଷା ଗିତାଞ୍ଜଳୀ ପାଢୀ , ଶିକ୍ଷାବିତ୍ ଭୁବନେଶ୍ବର ଦୋରା , ପ୍ରାକ୍ତନ ପ୍ରଧାନ ଶିକ୍ଷକ ବିପ୍ର ଚରଣ ଗୌଡ , ସରପଞ୍ଚ ସଞ୍ଜୟ କୁମାର ବିଶ୍ବାଳ , ସମିତି ସଭ୍ଯା ଗାୟତ୍ରୀ ପ୍ରଧାନ , ଏସ୍ଏମସି ସଭାପତି କୃଷ୍ଣଚନ୍ଦ୍ର ପୋଲାଇ ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିଲେ । ଏ ଅବସରରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ଅତିଥିମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା । ଏଥି ସହ ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମର ପ୍ରାରମ୍ଭରେ ଶିକ୍ଷକ ପିତବାସ ସାହୁ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପରିଶେଷରେ ସତ୍ଯ ନାରାୟଣ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।

You may have missed