March 29, 2025

ବଡକୋଦଣ୍ଡା ନୂଆସାହି ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ 

Share

 

ଭଞ୍ଜନଗର ୨୬ ମାର୍ଚ୍ଚ:

ଭଞ୍ଜନଗର ବ୍ଳକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧିନସ୍ଥ ବଡକୋଦଣ୍ଡା କ୍ଲଷ୍ଟର ଅନ୍ତର୍ଗତ ତଥା ବଡକୋଦଣ୍ଡା ଗ୍ରାମର ନୂଆସାହି ପ୍ରାଥମିକ ବିଦ୍ୟାଳୟ ଠାରେ ଆଜି ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀ ମତି ସସ୍ମିତା ରାଣୀ ତ୍ରିପାଠୀଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବଡକୋଦଣ୍ଡା କ୍ଲଷ୍ଟର ସିଆରସିସି ଶ୍ରୀ ଦ୍ଵିତୀକୃଷ୍ଣ ଲେଙ୍କା ମୂଖ୍ୟ ଅତିଥି ରୂପେ ଯୋଗଦେଇ ଆନୁଷ୍ଠାନିକ ଭାବେ ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ସମ୍ମାନୀତ ଅତିଥି ରୂପେ ଯୋଗଦାନ କରିଥିଲେ ପୂର୍ବତନ ବଡକୋଦଣ୍ଡା କ୍ଲଷ୍ଟର ସିଆରସିସି ଶ୍ରୀ ମୋହନ ସାହୁ, ବିଦ୍ୟାଳୟର ପରିଚାଳନା ସଭାପତି ଶ୍ରୀ ମତି ରଞ୍ଜିତା ପାତ୍ର, ସ୍ଵୟଂ ସହାୟିକା ଗୋଷ୍ଠୀ ସଭାପତି ଶ୍ରୀ ମତି ଗୀତାଞ୍ଜଳି ତ୍ରିପାଠୀ , ବିଦ୍ୟାଳୟ ପରିଚାଳନା କମିଟି ସଭ୍ୟ ଶ୍ରୀ ସୁକୁରୁ ନାଇକ। କାର୍ଯ୍ୟକ୍ରମ ଆରମ୍ଭରେ ପୂର୍ବତନ ସିଆରସିସି ଶ୍ରୀ ମୋହନ ସାହୁ ପ୍ରାରମ୍ଭିକ ସଂଗୀତ ଏବଂ ଗଛ ଉପରେ ଆଧାରିତ ଏକ ସଚେତନତା ଧର୍ମୀ କବିତା ଗାନ କରିଥିଲେ। ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ଶ୍ରୀ ମତି ଲୋପାମୁଦ୍ରା ରଥ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଏକ ଶିଶୁ କବିତା ଓ ଶିକ୍ଷୟିତ୍ରୀ ଶ୍ରୀ ମତି ଶାନ୍ତିଲତା ରାଉତ ଏକ ଭଜନ ଗାନ କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପ୍ରମାଣପତ୍ର, ଟ୍ରଫି ଓ ପ୍ରାଇଜ୍ ପ୍ରଦାନ କରାଯାଇଥିଲା। ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ଶ୍ରୀ ମତି ଶାନ୍ତିଲତା ରାଉତ ଓ ଲୋପାମୁଦ୍ରା ରଥ ତଥା ପାଚିକା ସହାୟିକା ଝୁନୁ ସ୍ଵାଇଁ ଓ ସବିତା ବିଷୋୟୀ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସମସ୍ତ ପ୍ରକାରର ସାହାଯ୍ୟ ଓ ସହଯୋଗ କରିଥିଲେ। ସମସ୍ତ ଛାତ୍ରଛାତ୍ରୀ ମାନଙ୍କ ପାଇଁ ତିଥି ଭୋଜନ ର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ, ଅଭିଭାବକ ଓ ଗ୍ରାମବାସୀ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଉପଭୋଗ କରିଥିଲେ।

ବେଲଗୁଣ୍ଟା,ରିପୋଟର,ପଞ୍ଚାନନ,ସାହୁ

You may have missed