May 10, 2026

ଜିଲ୍ଲା ସ୍ତରୀୟ ଓଡିଶା ଦିବସ ଓ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ 

IMG-20250326-WA0040
Share

 

ଗଜପତିତା.୨୬.୦୩.୨୦୨୫

 

ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ଉଚ୍ଚ ବିଦ୍ୟାଳୟ ଠାରେ ଆସନ୍ତା ଜିଲ୍ଲା ସ୍ତରୀୟ ଓଡ଼ିଶା ଦିବସ ଓ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଅଛି। ଏହି ପ୍ରତିଯୋଗିତାରେ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ପ୍ରତିଯୋଗିତାମାନ ଅନୁଷ୍ଠିତ ହୋଇଥିଲା। ଏଥିରେ କୃତୀ ପ୍ରତିଯୋଗୀଙ୍କୁ ଆସନ୍ତା ଅପ୍ରେଲ ୧ ତାରିଖ ଦିନ ସ୍ଥାନୀୟ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ମୁଖ୍ୟ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯିବ। ସେହିପରି ଅପ୍ରେଲ ୨୬ ତାରିଖରେ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଉତ୍ସବରେ ଉକ୍ତ ସ୍ଥାନରେ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯିବ।

ଏହି ପ୍ରତିଯୋଗୀତାର ବିଚାରକ ମଣ୍ଡଳୀଭାବରେ ଶ୍ରୀ ଅମେଶ ଲିମ୍ମା, ଶ୍ରୀମତୀ ସୁଲତା ଶୁଭଦର୍ଶୀ, ଶ୍ରୀ ପ୍ରମୋଦ ଚନ୍ଦ୍ର ଲିମ୍ମା, ଶ୍ରୀ ରାମଶଙ୍କର ଗନ୍ତାୟତ ଓ ଶ୍ରୀମତୀ ଏସ୍.କେ ନନ୍ଦ ପ୍ରମୁଖ ବିଚାରକ ମଣ୍ଡଳୀ ବାଭରେ ଉପସ୍ଥିତ ଥିଲେ।

ଏହି ସବୁ ପ୍ରତିଯୋଗିତାକୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ଆୟୋଜିତ ହେଇଥିବା ବେଳେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ଜିଲ୍ଲା ଶାରିରୀକ କ୍ରୀଡ଼ା ଅଧିକାରୀ ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।