November 26, 2024

ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଜି ପ୍ରବଳ ବର୍ଷା ଲାଗି ରହିଛି..

Share

ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଜି ପ୍ରବଳ ବର୍ଷା ଲାଗି ରହିଛି। ରାଜ୍ୟର ବିଭିନ୍ନ ଜିଲ୍ଲା ସମେତ କଟକ, ଭୁବନେଶ୍ୱର, ପୁରୀରେ ବି ଲାଗି ରହିଛି ବର୍ଷା। ଫଳରେ ସୂର୍ଯ୍ୟ ମନ୍ଦିର କୋଣାର୍କ ହୋଇଛି ଜଳବନ୍ଦୀ। ଜମି ରହିଛି ଫୁଟେ ଉଚ୍ଚର ପାଣି। ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିର ପରିସରରେ ଆଜି କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି।

ଲଗାଣ ବର୍ଷା ଯୋଗୁଁ ମନ୍ଦିର ପରିସରରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହିଛି। ଯେଉଁ ରାସ୍ତା ଦେଇ ସୂର୍ଯ୍ୟ ମନ୍ଦିରକୁ ପ୍ରବେଶ କରାଯାଏ, ପାର୍ଶ୍ୱ ରାସ୍ତା ଦେଇ ପର୍ଯ୍ୟଟକ ମନ୍ଦିର ବେଢ଼ା ବୁଲନ୍ତି ସେ ସବୁ ବୁଡ଼ି ଯାଇଛି। ଫଳରେ ପର୍ଯ୍ୟଟକ ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି। କିଛି ପର୍ଯ୍ୟଟକ ପାଣି ଭିତରେ ପଡ଼ି ବି ଯାଇଛନ୍ତି। ଫଳରେ ସେମାନେ ମନ୍ଦିର ପ୍ରଶାସନ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରୁଛନ୍ତି।

ପର୍ଯ୍ୟଟକମାନେ ପାଣିରେ ପଶି କୋଣାର୍କ ମନ୍ଦିର ବୁଲୁଛନ୍ତି।

ପରିସ୍ଥିତିକୁ ଦେଖି ପମ୍ପସେଟ୍ ଲଗାଇ ପାଣି ନିଷ୍କାସନ ପାଇଁ ଉଦ୍ୟମ କରାଯାଉଛି। କୋଣାର୍କ ସୂର୍ଯ୍ୟ ମନ୍ଦିରରେ ଏ ପରିସ୍ଥିତି କିଛି ନୂଆ ନୁହେଁ। ଅଳ୍ପ ସମୟ ବର୍ଷାରେ ବି ପାଣି ଏଠି ଲହରି ଭାଙ୍ଗେ।

ଏପରି ସମସ୍ୟା ବର୍ଷ ବର୍ଷ ଧରି ଏଠାରେ ଲାଗି ରହିଥିଲେ ବି ଏହାର ସ୍ଥାୟୀ ସମାଧାନ ପାଇଁ ପ୍ରଶାସନିକ ସ୍ତରରେ ଆନ୍ତରିକତା ପ୍ରକାଶ ପାଉନି। ଫଳରେ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକ ଏଠାରୁ ଖରାପ ଅନୁଭୂତି ନେଇ ଫେରୁଛନ୍ତି।

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.