ରକ୍ଷା ବନ୍ଧନ ଓ ଗଙ୍ଗାଧର ମେହେର ଜୟନ୍ତୀ ପାଳନ
ଅଦ୍ୟ ତା.୨୭-୦୮-୨୦୨୬ରିଖ ଗୁରୁବାର ଦିନ ବରଗଡ଼ ଜିଲ୍ଲା ଅତାବିରା ଥାନା ଅନ୍ତର୍ଗତ ଝିଲିମିଣ୍ଡା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ରକ୍ଷା ବନ୍ଧନ ଓ ଗଙ୍ଗାଧର ମେହେର ଜୟନ୍ତୀ ପ୍ରଧାନ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇ ଯାଇଛି।ଏହି ଅବସରରେ ସମାଜ ସେବୀ ଶ୍ରୀଯୁକ୍ତ ସକ୍ରାଜିତ ମେହେର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଦୀପ ପ୍ରଜ୍ବଳନ ପୂର୍ବକ ସମସ୍ତଙ୍କର ଶୁଭ କାମନା କରିଥିଲେ।ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ମକୁନ୍ଦ ମହାରଣା ସ୍ବାଗତ ଭାଷଣ ତଥା ଅତିଥି ଅଧିକାରୀଙ୍କର ପରିଚୟ ପ୍ରଦାନ କରିଥିଲେ।ବିଦ୍ୟାଳୟର ବରିଷ୍ଠା ଗୁରୁମା ସୁଶ୍ରୀ କୁନ୍ତୀ ପ୍ରଧାନ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇ ଶିଶୁ ମାନଙ୍କୁ ମାର୍ଗଦର୍ଶନ ଦେଇଥିଲେ।ସୁଶ୍ରୀ ଜୀତା ରଣା କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ଶ୍ରୀମତୀ ଭାର୍ଗବୀ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।ଗୁରୁମା, ଗୁରୁଜୀ ଓ ଶିଶୁ ଭାଇ ଭଉଣୀ ଗ୍ରାମ ପରିକ୍ରମା କରି ରାକ୍ଷୀ ପିନ୍ଧାଇ ମିଠା ବଣ୍ଟନ କରିଥିଲେ।ଗୁରୁମା, ଗୁରୁଜୀକାର୍ଯ୍ୟକ୍ରମକୁ ସାହାଯ୍ୟ ଓ ସହଯୋଗ କରିଥିଲେ।
