November 26, 2024

ଗଜପତି:- ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଆଇନ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ।

Share

ମାନ୍ୟବର ଓଡ଼ିଶା ରାଜ୍ୟ ଆଇନସେବା ପ୍ରାଧିକରଣ , କଟକ ଏବଂ ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜଜ ଶ୍ରୀ ପ୍ରଣବ କୁମାର ରାଉତରାୟଙ୍କ ନିର୍ଦ୍ଦେଶ କ୍ରମେ ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କୋର୍ଟ ଠାରେ ସୋସିଆଲ ମିଡ଼ିଆ ସୁରକ୍ଷା ଏବଂ ସାଇବର ଆଇନ ସମ୍ପର୍କିତ ଏକ ଆଇନ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଏହି ଶିବିର କାର୍ଯ୍ୟକ୍ରମରେ ମାନ୍ୟବର ଜିଲ୍ଲା ଦୌରାଜଜ ତଥା ପ୍ରାଧିକରଣର ଅଧ୍ୟକ୍ଷା ଶ୍ରୀ ପ୍ରଣବ କୁମାର ରାଉତରାୟଙ୍କ ପୌରହିତ୍ୟରେ ପରିବାର ଅଦାଲତର ବିଚାରପତି ଶ୍ରୀ ଅଶୋକ କୁମାର ପହି , ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ନରୋତ୍ତମ ସେଠୀ ,ବରିଷ୍ଠ ବିଭାଗ ଦେୱାନୀ ଅଦାଲତର ମାଜିଷ୍ଟ୍ରେଟ ଶ୍ରୀ ସନ୍ତୋଷ କୁମାର ଅଗ୍ରୱାଲ , ସିଭିଲ କୋର୍ଟ ରେଜିଷ୍ଟ୍ରାର ଶ୍ରୀ ପ୍ରସନ୍ନ କୁମାର ବେହେରା , ପ୍ରାଧିକରଣର ସଚିବ ଶ୍ରୀ ବିମଳ ରାଉଳ , ମହିଳା ଅଦାଲତ ବିଚାରପତି ଶ୍ରୀମତୀ ରଶ୍ମିତା ସାହୁ , ଉପଖଣ୍ଡିୟ ବିଚାର ବିଭାଗ ମାଜିଷ୍ଟ୍ରେଟ ଶ୍ରୀମତୀ ବିଷ୍ଣୁପ୍ରିୟା ସାମନ୍ତରାୟ , ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ଶିବାଶିଷ ପାଣି ପ୍ରମୁଖ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ମାନେ ଯୋଗ ଦେଇଥିଲେ ।

ଏହି ଶିବିର କାର୍ଯ୍ୟକ୍ରମରେ ସାଇବର ଏକସପାର୍ଟ ଶ୍ରୀ ସଞ୍ଜୟ କୁମାର ପାଢ଼ୀ ଯୋଗ ଦେଇ ସାଇବର ଆଇନ ଓ ସୋସିଆଲ ମିଡ଼ିଆ ସୁରକ୍ଷାର ବିଭିନ୍ନ ଦିଗ ଉପରେ ପୁଙ୍ଖାନୁପୁଙ୍ଖ ଭାବେ ଉପସ୍ଥିତ ଓକିଲ ଓ ଜନସାଧାରଣଙ୍କୁ ବୁଝାଇ ସଚେତନ କରାଇଥିଲେ ।

ଏହି ସମସ୍ତ କାର୍ଯ୍ୟକ୍ରମକୁ ପ୍ରାଧିକରଣର କର୍ମଚାରୀ ମାନେ ପରିଚାଳନାରେ ସହଯୋଗ କରିଥିଲେ ।

———————————————

ଗଣେଶ କୁମାର ରାଜୁ

ପାରଳାଖେମୁଣ୍ଡି (ଗଜପତି)

———————————————-

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.