June 13, 2026

ଝାରସୁଗୁଡ଼ାରେ ପ୍ରଧାନମନ୍ତ୍ରୀ, ଯୁବ ସମାବେଶରେ ହେଲେ ସାମିଲ, ରେଳ, ଶିକ୍ଷା ସମେତ ବିଭିନ୍ନ ପ୍ରକଳ୍ପ ଦେଲେ ଭେଟି

IMG-20250927-WA0012
Share

 

ଓଡ଼ିଶା ଆସିବା ପୂର୍ବରୁ ସୋସିଆଲ ମିଡ଼ିଆରେ ଏକ ପୋଷ୍ଟ କରି ମୋଦୀ ସୂଚନା ଦେଇଥିଲେ ଝାରସୁଗୁଡ଼ା ବିମାନ ବନ୍ଦରରେ ଦିନ ୧୧ଟା ୧୦ରେ ପହଂଚିଥିଲେ । ବିମାନବନ୍ଦରରୁ ଜେଲ ଛକ ଯାଏଁ ୨ କିଲୋମିଟର ରୋଡ ସୋ କରି ପ୍ରଧାନମନ୍ତ୍ରୀ ସିଧାସଳଖ ଅମିଲିପାଲି ପଡିଆ ସଭାସ୍ଥଳରେ ପହଂଚିଛନ୍ତି । ଦେଢ ଘଣ୍ଟା ଧରି ସଭାସ୍ଥଳରେ ରହିଥିଲେ ମୋଦୀ ।

 

 

 

ଓଡ଼ିଶା ଗସ୍ତରେ ଆସି ଝାରସୁଗୁଡ଼ା ପହଂଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଏଥିପାଇଁ ଝାରସୁଗୁଡ଼ାରେ ସ୍ୱତନ୍ତ୍ର ପ୍ରସ୍ତୁତି କରାଯାଇଛି । ମୋଦୀଙ୍କୁ ଝାରସୁଗୁଡ଼ା ବିମାନବନ୍ଦରରେ ଭବ୍ୟ ସ୍ୱାଗତ କରାଯାଇଥିଲା । ଓଡ଼ିଶା ଆସିବା ପୂର୍ବରୁ ସୋସିଆଲ ମିଡ଼ିଆରେ ଏକ ପୋଷ୍ଟ କରି ମୋଦୀ ସୂଚନା ଦେଇଥିଲେ ଝାରସୁଗୁଡ଼ା ବିମାନ ବନ୍ଦରରେ ଦିନ ୧୧ଟା ୧୦ରେ ପହଂଚିଥିଲେ । ବିମାନବନ୍ଦରରୁ ଜେଲ ଛକ ଯାଏଁ ୨ କିଲୋମିଟର ରୋଡ ସୋ କରି ପ୍ରଧାନମନ୍ତ୍ରୀ ସିଧାସଳଖ ଅମିଲିପାଲି ପଡିଆ ସଭାସ୍ଥଳରେ ପହଂଚିଛନ୍ତି । ଦେଢ ଘଣ୍ଟା ଧରି ସଭାସ୍ଥଳରେ ରହିଥିଲେ ମୋଦୀ । ପ୍ରଧାନମନ୍ତ୍ରୀଙ୍କୁ ଦେଖିବାକୁ ସଭାସ୍ଥଳରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଥିଲା । ନିଜର ଏହି ଗସ୍ତରେ ୫୦ହଜାର କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ।

 

 

ଓଡ଼ିଶାକୁ ଭେଟି ଦେଲେ ମୋଦୀ

ପ୍ରଧାନମନ୍ତ୍ରୀ ଓଡ଼ିଶାକୁ ୧୭୦୦ କୋଟିରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ଉପହାର ଦେଲେ ବ୍ରହ୍ମପୁର ଏବଂ ସୁରଟ ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ

ଭିଡିଓ କନଫରେନ୍ସିଂ ଜରିଆରେ ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ

ସମ୍ବଲପୁର ସିଟି ଏବଂ ସରଲା ମଧ୍ୟରେ ରେଳ ଫ୍ଲାଇଓଭର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ

କୋରାପୁଟ-ବାଇଗୁଡ଼ା ରେଳ ଲାଇନ ଏବଂ ମାନାବାର-କୋରାପୁଟ-ଗୋରାପୁର ରେଳ ଲାଇନର ଦୋହରୀକରଣକୁ ଲୋକାର୍ପଣ

ଭୁବନେଶ୍ୱରରେ ସେମିକଣ୍ଡକ୍ଟର ଓ ଇଏସଡିଏମ୍ ପାର୍କ ପ୍ରତିଷ୍ଠାର ଶିଳାନ୍ୟାସ

ରାଜ୍ୟ ସରକାରଙ୍କ ବିଶ୍ୱସ୍ତରୀୟ ଦକ୍ଷତା ବିକାଶ ପ୍ରକଳ୍ପର ଶୁଭାରମ୍ଭ

ରାଜ୍ୟର ୧୩୦ଟି ଉଚ୍ଚଶିକ୍ଷାନୁଷ୍ଠାନରେ ୱାଇଫାଇ ସେବା ଉଦଘାଟନ୍

ଭୀମସାର ଓ ଏମକେସିଜି କଲେଜର ଉନ୍ନତୀକରଣ ପାଇଁ ପ୍ରସ୍ତୁତ ମାଷ୍ଟରପ୍ଲାନର ଲୋକାର୍ପଣ

ଅନ୍ତୋଦୟ ଗୃହ ଯୋଜନାରେ ୫୦ ହଜାର ପରିବାରକୁ ଗୃହ ନିର୍ମାଣ ପାଇଁ ମଞ୍ଜୁରି ପତ୍ର ପ୍ରଦାନ

ଦେଶର ୮ଟି ଆଇଆଇଟିର କ୍ଷମତା ବୃଦ୍ଧି ପ୍ରକଳ୍ପର ଶିଳାନ୍ୟାସ

ସାରା ଦେଶରେ ୪ଜି ସେବାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

You may have missed