April 25, 2026

ଜୟପୁର ଠାରେ ଭାରତୀୟ ଜନତା ଯୁବମୋର୍ଚ୍ଚା ପକ୍ଷରୁ ମୋକ ପାର୍ଲିଆମେଣ୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ

IMG-20250628-WA0004
Share

କୋରାପୁଟ ଜିଲ୍ଲା,ଜୟପୁର ଠାରେ ଭାରତୀୟ ଜନତା ଯୁବମୋର୍ଚ୍ଚା, କୋରାପୁଟ ପକ୍ଷରୁ ମୋକ ପାର୍ଲିଆମେଣ୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ, ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ର,କୋରାପୁଟ ବିଧାୟକ ରଘୁରାମ ମାଛ, କୋଟପାଡ଼ ବିଧାୟକ ରୁପୁ ଭତ୍ରା ଏବଂ ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ଅଭିଳାଷ ପଣ୍ଡା, କୋରାପୁଟ ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ବିଶ୍ୱ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ରହି ଯୁବ ପ୍ରତିଯୋଗୀ ମାନଙ୍କୁ ସଂସଦୀୟ ବ୍ୟବସ୍ଥା ଏବଂ ଜରୁରୀକାଳୀନ ପରିସ୍ଥିତିର ଭୟାଭୟତା ସମ୍ପର୍କରେ ଅବଗତ କରାଇଥିଲେ ।

ଏହି କାର୍ଯ୍ୟକ୍ରମରେ ବିଜେପି ରାଜ୍ୟ ସମ୍ପାଦିକା ପୂର୍ଣ୍ଣିମା ଦିଦି,କୋରାପୁଟ ଜିଲ୍ଲା ବିଜେପି ସଭାପତି ଶ୍ରୀ ଶିବ ମୁଦୁଲି ଉପସ୍ଥିତ ଥିଲେ । ସମସ୍ତ ପ୍ରତିଯୋଗୀ ଙ୍କ ଉପସ୍ଥାପନା ଓ ଭାଗିଦାରିତା ଅତି ଉଚ୍ଚ କୋଟିର ହୋଇଥିବା ଦେଖିବାକୁ ମିଳିଥିଲା । ଶେଷରେ ସମସ୍ତ ପ୍ରତିଯୋଗୀ ଙ୍କୁ ମାନପତ୍ର ଦେଇ ସମ୍ମାନିତ କରାଯାଇଥିଲା ।କୋରାପୁଟ ଜ଼ିଲ୍ଲା ପ୍ରତିନିଧି ଶ୍ରୀ ହରିଶ କୁମାର ପଟ୍ଟନାୟକ ଙ୍କ ରିପୋର୍ଟ ନିୟୁସ ଉପାନ୍ତ ଖବର