November 26, 2024

ରାୟଗଡ଼ ବ୍ଲକ କେରାଣ୍ଡି ପଞ୍ଚାୟତ ଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଶୁଭାରମ୍ଭ

Share

ପାରଳାଖେମୁଣ୍ଡି:୨୮/୭(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ କେରାଣ୍ଡି ପଞ୍ଚାୟତ ଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି l ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମକୁ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ରାୟଗଡ଼ ବ୍ଲକରେ ଏକ କମିଟି ଗଠନ କରାଯାଇଛି l ଉକ୍ତ କମିଟିର ସଦସ୍ୟ ରାୟଗଡ଼ ବ୍ଳକ୍ ପୂର୍ବତନ ଅଧ୍ୟକ୍ଷ ତଥା ବର୍ତମାନର ଗଜପତି ଜିଲ୍ଲା ଆଦିବାସୀ ଉନ୍ନୟନ ପରିଷଦ କମିଟିର ଉପାଧ୍ୟକ୍ଷ ଧନେଶ୍ଵର ଭୁୟାଁ , ୧୪ ନମ୍ବର ଜୋନ ଜିଲ୍ଲାପରିଷଦ ସଭ୍ୟ ପିତାମ୍ବର ନାୟକ , ଆଦିବାସି ଉନ୍ନୟନ ପରିଷଦ କମିଟିର ସଦସ୍ୟ ଜ୍ଞାନରଞ୍ଜନ ଜେନାଙ୍କ ନେତୃତରେ ପ୍ରଥମ ଥର ରାୟଗଡ଼ ବ୍ଲକରେ କରେଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚ ଓ ସମିତି ସଭ୍ୟ ଏବଂ ସମସ୍ତ ୱାର୍ଡ଼ ସଭ୍ୟ ସଭ୍ୟା, ପଞ୍ଚାୟତର ବୁଦ୍ଧିଜୀବୀ ମାନଙ୍କୁ ନେଇ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ଅନୁଦାନ ଆସିଥିବା ୫୦ ଲକ୍ଷ୍ୟ ଟଙ୍କାକୁ କିପରି ଭାବରେ ପଞ୍ଚାୟତର ଉନ୍ନତି କାର୍ଯ୍ୟ ରେ ଖର୍ଚ୍ଚ କରାଯିବ ସେ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଆଗାମୀ ଦିନରେ ଏହି ପରି ରାୟଗଡ଼ ବ୍ଲକର ୨୧ ଗୋଟି ଗ୍ରାମ ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଲୋକଙ୍କ ପାଖରେ ପହଞ୍ଚାବାର କାର୍ଯ୍ୟ କ୍ରମ କରାଯିବ ବୋଲି ଆଦିବାସି ଉନ୍ନୟନ ପରିଷଦର ଉପାଧ୍ୟକ୍ଷ ଧନେଶ୍ଵର ଭୁୟାଁ ପ୍ରକାଶ କରିଛନ୍ତି

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.