ନାରାୟଣପାଟଣାରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ୧୦୭ଟି ଅଭିଯୋଗ ଶୁଣିଲେ ଜିଲ୍ଲାପାଳ, ୧୭ଟିର ହେଲା ତତ୍କାଳ ସମାଧାନ

ନାରାୟଣପାଟଣା, ୨୮/୦୯/୨୦୨୬: ନାରାୟଣପାଟଣା ଗୋଷ୍ଠୀ ଉନ୍ନୟନ କାର୍ଯ୍ୟାଳୟଠାରେ ସୋମବାର ଜିଲ୍ଲାସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଜିଲ୍ଲାପାଳ ଶ୍ରୀ ମନୋଜ ସତ୍ୟୱାନ ମହାଜନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା।
ଏହି ଶୁଣାଣିରେ ଜନସାଧାରଣଙ୍କ ମୋଟ ୧୦୭ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୫୮ଟି ଗୋଷ୍ଠୀଗତ ଓ ୪୯ଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା। ଆର୍ଥିକ ସହାୟତା, ଘର ପଟ୍ଟା, ଜମିଜମା ବିବାଦ, ପାନୀୟ ଜଳ, ସ୍ୱାସ୍ଥ୍ୟ, ରାସ୍ତା ଓ ଯାତାୟାତ, ବିଦ୍ୟୁତ ସରବରାହ ଆଦି ବିଭିନ୍ନ ସମସ୍ୟା ନେଇ ଲୋକେ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ଉପସ୍ଥାପନ କରିଥିଲେ। ଏଥିମଧ୍ୟରୁ ୧୭ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା।
ଜିଲ୍ଲାପାଳ ଶ୍ରୀ ମହାଜନ ଅଭିଯୋଗକାରୀମାନଙ୍କ ସମସ୍ୟାକୁ ଗୁରୁତ୍ୱର ସହ ଶୁଣିବା ସହ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଅଭିଯୋଗଗୁଡ଼ିକର ତ୍ୱରିତ ଓ ନିୟମାନୁଯାୟୀ ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ।
ଶୁଣାଣିରେ କୋରାପୁଟ ଆରକ୍ଷୀ ଅଧୀକ୍ଷକ ଶ୍ରୀ ରୋହିତ ବର୍ମା, ଉପଜିଲ୍ଲାପାଳ, କୋରାପୁଟ ସୁଶ୍ରୀ ଫାବି ରଶିଦ, ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, କୋରାପୁଟ ଶ୍ରୀ ବେଣୁଧର ସବର ବିଡ଼ିଓ ବିକ୍ରମ ଦୋରାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ।କୋରାପୁଟ ଜ଼ିଲ୍ଲା ପ୍ରତିନିଧି ଶ୍ରୀ ହରିଶ କୁମାର ପଟ୍ଟନାୟକ ଙ୍କ ରିପୋର୍ଟ ନିୟୁସ ଉପାନ୍ତ ଖବର
