July 6, 2024

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।*

Share

*ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।*
==============================
ପାରଳାଖେମଣ୍ଡି, ତା.୨୮.୧୧.୨୦୨୩

ଗଜପତି ଜିଲ୍ଲା ଗୋସାଣୀ ବ୍ଲକ ଅନ୍ତର୍ଗତ ଖର୍ସଡ଼ା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ.କୁମାର ପ୍ରମୁଖ ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଖର୍ସଡ଼ା ସମେତ ବାଗସାଲ, ମଧୁସୂଦନପୁର, ଉପଲଡା ଓ ନମନଗଡ ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୧୦୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୩୮ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୬୮ଓ ୪୩ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରଯାଇ ସମାଧାନ କରାଯାଇଥିଲା ଏବଂ ଦୁଇ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୦ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳ ସେଚନ, ଗୃହ ନିର୍ମାଣ, ରାସନ୍ କାର୍ଡ, ମନରେଗା, ଶିକ୍ଷା, ମୋ ଘର ଯୋଜନା, ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ଏନ୍.ବୀରା ରାଜୁ, ଗୋସାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଅଜୟ କୁମାର ପ୍ରଧାନ,ତହସିଲଦାର ସ୍ଥାନୀୟ ସରପଞ୍ଚ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ ।

You may have missed