September 26, 2026

ବି କୋଟିବାଡ଼ି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ 

IMG-20250129-WA0056
Share

 

ଗାଙ୍ଗପୁର, ୨୯/୦୧, ସୋରଡା ବ୍ଲକ୍ ଅନ୍ତର୍ଗତ ବି କୋଟିବାଡ଼ି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପ୍ରଧାନ ଶିକ୍ଷକ ସନାତନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି I ଏଥିରେ ମୁଖ୍ୟ ଅତିଥି ରୂପେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶିଳା ପାତ୍ର ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ରୂପେ ପୂର୍ବତନ ପ୍ରଧାନ ଶିକ୍ଷକ ଉଗ୍ରସେନ ସୁନ୍ଦରରାୟ ମଞ୍ଚାସୀନ ରହି ଛାତ୍ରଛାତ୍ରୀଙ୍କୁ ଶୃଙ୍ଖଳା ଜ୍ଞାନ ଏବଂ ଉତ୍ତମ ପାଠପଢ଼ା ସମ୍ପର୍କରେ ଦିଗଦର୍ଶନ ଦେଇଥିଲେ I ସେହିପରି ସମ୍ମାନିତ ଅତିଥି ଭାବେ ଶିକ୍ଷକ ନିରଞ୍ଜନ ଗୌଡ଼,ବିଦ୍ୟାଳୟ ପରିଚାଳନା ସମିତି ସଭାପତି ମନୋରଞ୍ଜନ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ରହି କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ I ଶିକ୍ଷକ ଶ୍ୟାମଘନ ଗୌଡ଼ ବେଦମନ୍ତ୍ର ପାଠ କରିଥିଲେ I ପ୍ରଧାନ ଶିକ୍ଷକ ଶ୍ରୀ ପ୍ରଧାନ ବାର୍ଷିକ ବିବରଣୀ ପାଠ କରିଥିଲେ I ଛାତ୍ରଛାତ୍ରୀ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ I ଶିକ୍ଷକ ସମୀର କୁମାର ଜେନା ଏବଂ ଶ୍ୟାମଘନ ଗୌଡ଼ ମଞ୍ଚ ପରିଚାଳନା କରିଥିଲେ I ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ I ଶିକ୍ଷକ ବିଜୟ କୁମାର ପ୍ରଧାନ ଧନ୍ୟବାଦ ଜ୍ଞାପନ କରିଥିଲେ I

ଵେଲଗୁଣ୍ଟା, ରିପୋର୍ଟ ପଞ୍ଚାନନ, ସାହୁ

You may have missed