July 29, 2026

ଲଗାଣ ବର୍ଷା ଜାରି:  ଆଜି ବାଲେଶ୍ଵର ସମେତ ୪ ଜିଲ୍ଲାର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ

IMG-20260729-WA0059
Share

 

ବାଲେଶ୍ବର ( ଦେବାଶିଷ ଦାଶ )

 

ବାଲେଶ୍ଵର ଜିଲ୍ଲାରେ ଲଗାତାର ବର୍ଷା ଜାରି ରହିଥିବାରୁ ଜୁଲାଇ ୨୮ ଶିଶୁ ଓ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ ଦେଇ ଆଜି ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟ ସମେତ ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ରରେ ପାଠପଢ଼ା ସ୍ଥଗିତ ରଖାଯାଇଛି। ଜିଲ୍ଲାପାଳ ଓ ଜିଲ୍ଲା ଦଣ୍ଡାଧିକାରୀ ଙ୍କ ନିର୍ଦ୍ଦେଶକ୍ରମେ ଏହି ଆଦେଶ ଜାରି କରାଯାଇଛି. ଆଜି ଭଦ୍ରକ, ବାଲେଶ୍ୱର, ମୟୂରଭଂଜ ଓ ସମ୍ବଲପୁର ଜିଲ୍ଲାର ସମସ୍ତ ସ୍କୁଲ ଏବଂ ଅଙ୍ଗନବାଡ଼ି ସ୍କୁଲ ଛୁଟି ରହିବ। ଜିଲ୍ଲା ପ୍ରଶାସନ ପକ୍ଷରୁ ଅଭିଭାବକ, ଶିକ୍ଷକ ଓ ସମସ୍ତ ସମ୍ପୃକ୍ତଙ୍କୁ ସତର୍କ ରହିବା ସହ ପାଣିପାଗ ସମ୍ପର୍କିତ ସରକାରୀ ପରାମର୍ଶ ପାଳନ କରିବାକୁ ଅନୁରୋଧ କରାଯାଇଛି। ବର୍ଷା ଯୋଗୁଁ ଗତକାଲି ରାଜ୍ୟର ୪ଟି ଜିଲ୍ଲା ସ୍କୁଲ ବନ୍ଦ ଥିଲା । ଏଥିରେ ଜଗତସିଂହପୁର, ମୟୂରଭଂଜ, କେନ୍ଦ୍ରାପଡ଼ା ଏବଂ ସୁବର୍ଣ୍ଣପୁର ସାମିଲ ଥିଲା । ସୂଚନାଯୋଗ୍ୟ, ଉତ୍ତର ଓଡ଼ିଶା ସମେତ ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଗତକାଲି ଠାରୁ ବର୍ଷା ଯୋଗୁଁ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି। ଉପରମୁଣ୍ଡରେ ବର୍ଷା ଯୋଗୁଁ ହଦଗଡ଼ ଜଳଭଣ୍ଡାରରୁ ବନ୍ୟା ଜଳ ନିଷ୍ପାସିତ ହୋଇଛି। ସାଳନ୍ଦୀ ଏବଂ ବୈତରଣୀ ନଦୀର ଜଳସ୍ତର ମଧ୍ୟ ବଢ଼ିଛି। ଏହାରି ମଧ୍ୟରେ ପାଣିପାଗ ବିଭାଗ ପକ୍ଷରୁ ଭଦ୍ରକବାସୀଙ୍କ ପାଇଁ ଚେତାବନୀ ଜାରି କରାଯାଇଛି ।