ରାଜପୁର ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ; ଦୁଇ ଗୁରୁତର
ବାଲେଶ୍ବର ( ଦେବାଶିଷ ଦାଶ )
ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ନିକଟରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବାବେଳେ ଆଉ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଆହତମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାକୁ ପଠାଇଥିଲେ। ଖବର ପାଇ ଜଳେଶ୍ୱର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।
ଦୁର୍ଘଟଣାର କାରଣ କଣ ଏବଂ ମୃତକ ଓ ଆହତମାନଙ୍କ ପରିଚୟ ସମ୍ପର୍କରେ ପୋଲିସ ପକ୍ଷରୁ ଅଧିକ ସୂଚନା ମିଳିବା ପରେ ସ୍ପଷ୍ଟ ହେବ।
