November 26, 2024

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଅଭିଭାବକ ସମ୍ମିଳନୀ

Share

 

ବୁଗୁଡ଼ା : ତା ୨୯/୦୯/୨୪ : ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ବପରିସରରେ ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନାଚାର୍ଯ୍ଯ ଆଟଲ୍ ଲିଙ୍ଗରାଜଙ୍କ ପୌରହିତ୍ଯରେ ଅନୁଷ୍ଠିତ ଉକ୍ତ ସମ୍ମିଳନୀ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଥିଲା । ପ୍ରଥମ ପର୍ଯ୍ୟାୟରେ ପ୍ରାରମ୍ଭରୁ ପଞ୍ଚମ ଏବଂ ଦ୍ବିତୀୟ ପର୍ଯ୍ଯାୟରେ ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଅଭିଭାବକମାନେ ଯୋଗ ଦେଇଥିଲେ। ଉକ୍ତ ସମ୍ମିଳନୀ ଅବସରରେ ଅଭିଭାବକମାନେ ନିଜ ନିଜର ଶିଶୁଙ୍କ ଶୈକ୍ଷିକ ସମସ୍ଯା ଉପସ୍ଥାପନ କରିଥିଲା ବେଳେ ସେ ଦିଗରେ ନିଶ୍ଚିତ ଭାବେ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରାଯିବା ନେଇ ଶିଶୁ ମନ୍ଦିର କର୍ତ୍ତୃପକ୍ଷଠାରୁ ପ୍ରକାଶ ପାଇଥିଲା । ଏଥି ସହ ଆରମ୍ଭ ହୋଇଥିବା ଅର୍ଦ୍ଧ ବାର୍ଷିକ ପରୀକ୍ଷା ବେଳେ କୌଣସି ଚାପ ପ୍ରୟୋଗ ନ କରି ଶିଶୁମାନଙ୍କ ପଢାପଢି ପ୍ରତି ଧ୍ୟାନ ଦେବାକୁ ଅଭିଭାବକମାନଙ୍କୁ ନିବେଦନ କରାଯାଇଥିଲା । ଉକ୍ତ ସମ୍ମିଳନୀରେ ପରିଚାଳନା ସମିତି ସଭାପତି ବ୍ରଜ କିଶୋର ପାଢ଼ୀ, ଉପସଭାପତି ଗୌର ଶଙ୍କର ମିଶ୍ର ଯୋଗ ଓ ସମ୍ପାଦକ ରମେଶ ଚନ୍ଦ୍ର ଆଲଟିଆ ପ୍ରମୁଖ ଉପସ୍ଥିତ ରହି ଅଭିଭାବକମାନଙ୍କ ସହ ଶିଶୁ ମନ୍ଦିରର ଉନ୍ନତି କଳ୍ପେ ବିଭିନ୍ନ ବିଷୟରେ ଆଲୋଚନା କରି ସେମାନଙ୍କ ସହଯୋଗ କାମନା କରିଥିଲେ ।

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.