May 10, 2026

ଭୁତାପଡା ମଙ୍ଗଳା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜନୋତ୍ସବ ସକାଶେ କଳସାଧିବାସ 

IMG-20250330-WA0005
Share

 

ସମ୍ବଲପୁର,(ରାଜାରାମ ଷଡ଼ଙ୍ଗୀ): ସମ୍ବଲପୁର ସହର ଭୁତାପଡା ମା’ ମଙ୍ଗଳାଙ୍କ ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜନୋତ୍ସବ ସକାଶେ ଶନିବାର ଚୈତ୍ର ମାସ ଅମାବାସ୍ୟା ତିଥିରେ କଳଶାଧୀବାସ ଅନୁଷ୍ଠିତ ହୋଇଥିଲା I ଏହି ଅବସରରେ ଆଜି ଅପରାହ୍ନ ୪ ଟା ସମୟରେ ଏକ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା I ଏଥିରେ ସହରର ଶତାଧିକ ମହିଳା ଓ ପୁରୁଷ ଶ୍ରଦ୍ଧାଳୁ ଅଂଶ ଗ୍ରହଣ କରିଥିଲେ I ସ୍ଥାନୀୟ ମହାନଦୀ ଘାଟରୁ ଜଳ ଆଣି ଵିଧି ମୁତାବକ ମଙ୍ଗଳାଙ୍କ ପୀଠେ ପୂଜନୋତ୍ସବ ଅନୁଷ୍ଠିତ ହୋଇଥିଲା I ଭୁତାପଡା ମଙ୍ଗଳା ମନ୍ଦିରର ପୂଜକ ମହେଶ୍ୱର ପଣ୍ଡା ଓ ପଣ୍ଡିତ ଆଦିତ୍ୟ ମିଶ୍ର, ପ୍ରଦୀପ କୁମାର ଦାସ ପୂଜା କାର୍ଯ୍ୟ କରିଥିଲେ I ମଙ୍ଗଳା ମନ୍ଦିର କମିଟିର ରବୀନ୍ଦ୍ର ଜେନା, ଇଂ. ଯାଦବ ଦେହୁରୀ, ରସାନନ୍ଦ ବେହେରା, ହରିହର ପାଣିଗ୍ରାହୀ, ସୁଧାଂଶୁ ଶେଖର ମହାରଣା, ସାଧବ ପ୍ରଧାନ, ଓମ ପ୍ରକାଶ ଦାସ, ଅସିତ ବିଶ୍ୱାଳ, ବିଛନ୍ଦ ବେହେରା, ନିହାର କୁମାର ମାହାନା ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ I ସମ୍ବଲପୁର ଧୂଚୁରାପଡ଼ା ନିବାସୀ ସରୋଜ ସାହୁ ଓ ସାଗରୀକା ସାହୁ ସପତ୍ନୀକ କର୍ତ୍ତା ଦାୟିତ୍ୱ ନିର୍ବାହ କରୁଛନ୍ତି।