November 15, 2024

ରସାୟନ ବିଜ୍ଞାନ ବିଭାଗ ପକ୍ଷରୁ ନବାଗତଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କାର୍ଯ୍ୟକ୍ରମ 

Share

ବୁଗୁଡ଼ା : ତା ୩୦/୦୮/୨୪ : ସ୍ଥାନୀୟ ପିପୁଲ୍ସ

କଲେଜର ରସାୟନ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବପରିସରରେ ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ହରିକୃଷ୍ଣ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ପରିଚାଳନା କମିଟି ସଭାପତି ରଜନୀ କାନ୍ତ ଭଟ୍ଟ, ବିଭାଗୀୟ ମୁଖ୍ୟ ଅଧ୍ୟାପକ ମନୋଜ କୁମାର ଦାସ , ଆଇକ୍ୟୁଏସି ସଂଯୋଜକ ଅଧ୍ୟାପକ ଅକ୍ଷୟ କୁମାର ସାହୁ , ବିଭାଗୀୟ ଅଧ୍ୟାପକ ବିଜେନ୍ଦ୍ର ଆଚାର୍ଯ୍ୟ ଓ ଶ୍ରୀକୃଷ୍ଣ ମଣ୍ଡଳ ଯୋଗ ଦେଇଥିଲେ । ଏ ଅବସରରେ ନବାଗତ ଛାତ୍ରଛାତ୍ରୀମାନେ ଠାକୁରଙ୍କ ନିକଟରେ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ସ୍ବ ସ୍ବ ପରିଚୟ ପ୍ରଦାନ କରିଥିଲେ ଏବଂ ଦ୍ବିତୀୟ ଓ ତୃତୀୟ ବର୍ଷର ଛାତ୍ରଛାତ୍ରୀମାନେ ସେମାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ । ବରେଣ୍ୟ ଅତିଥିଗଣ ଏବଂ ବିଭାଗୀୟ ଅଧ୍ଯାପକମାନେ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିବା ସହ ସେମାନଙ୍କ ଉଜ୍ଜ୍ବଳମୟ ଭବିଷ୍ୟତ କାମନା କରିଥିଲେ ।

ଉକ୍ତ କାର୍ଯ୍ୟକ୍ରମର ପ୍ରାରମ୍ଭରେ ଛାତ୍ରୀ ୟୁ.ଦିବ୍ଯାନୀ ପାତ୍ର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପରିଶେଷରେ ଛାତ୍ରୀ ସ୍ବୀକୃତି ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।