July 1, 2024

ଜିଲ୍ଲା ସ୍ତରୀୟ ବିପର୍ଯ୍ୟୟ ପ୍ରସ୍ତୁତି ଓ ବିପର୍ଯ୍ୟୟ ହ୍ରାସ ଦିବସ ପାଳିତ ।

Share

ଜିଲ୍ଲା ସ୍ତରୀୟ ବିପର୍ଯ୍ୟୟ ପ୍ରସ୍ତୁତି ଓ ବିପର୍ଯ୍ୟୟ ହ୍ରାସ ଦିବସ ପାଳିତ ।

(ନବରଙ୍ଗପୁର ଜିଲ୍ଲା ରୁ ଏମ୍.ଦୀନ°ଶୁ ଆଚାରୀ ଙ୍କ ରିପୋର୍ଟ)

ନବରଙ୍ଗପୁର (ଆ ପ୍ର )ନବରଙ୍ଗପୁର ଜିଲ୍ଲାର ସଦର ମହକୁମା ଠାରେ ରବିବାର ଦିନ ରାଜ୍ଯ ବିପର୍ଯ୍ୟୟ ପ୍ରସ୍ତୁତି ଓ ବିପର୍ଯ୍ୟୟ ହ୍ରାସ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ସକାଳ ନଅ ଘଣ୍ଟା ସମୟରେ ଏକ ସଚେତନ ପଦ ଯାତ୍ରା ସ୍ଥାନୀୟ ଭଣ୍ଡାର ଘରଣୀ ମନ୍ଦିର ନିକଟରୁ ମିଶନ ଶକ୍ତି ସଭା ଗୃହ ପର୍ଯ୍ୟନ୍ତ ପରିକ୍ରମା କରିଥିଲା। ଏହାକୁ ଆନୁଷ୍ଠାନିକ ଭାବେ ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ, ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ବିଧାୟକ ମନୋହର ରନ୍ଧାରୀ, ନବରଙ୍ଗପୁର ମୁନିସିପାଲିଟି ପୌରାଧ୍ୟକ୍ଷ କୁନୁ ନାୟକ,ନବରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ମହେଶ୍ଵର ନାୟକ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ସଭା ଯାତ୍ରା ସ୍ଥାନୀୟ ମିଶନ ଶକ୍ତି ସଭାଗୃହ ରେ ପହଞ୍ଚିଲା ପରେ ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଆୟୋଜନ କରି ବିପର୍ଯ୍ୟୟ ଦିବସର ତାତ୍ପର୍ଯ୍ୟ ସଂପର୍କରେ ଉପସ୍ଥିତ ଥିବା ସମସ୍ତ ମଞ୍ଚାସୀନ ଅତିଥିବୃନ୍ଦ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧରେ ବିସ୍ତୃତ ଆଲୋଚନା କରି ମହାବାତ୍ୟାରେ ପ୍ରାଣ ହରାଇ ଥିବା ସମସ୍ତଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ୧୯୯୯ ମସିହା ଅକ୍ଟୋବର ୨୯ ତାରିଖ ଦିନ ରାଜ୍ୟରେ ଘଟିଥିବା ମହାବାତ୍ୟା କୁ ମନେ ପକାଇବା ସହ ସମ୍ଭାବ୍ୟ ବନ୍ୟା ବାତ୍ୟା ଓ ମରୁଡି ଭଳି ପ୍ରାକୃତିକ ବିପର୍ଯ୍ୟୟ ପ୍ରତି ସଜାଗ ରହି ତାର ସଫଳ ମୁକାବିଲା କରିବା ପାଇଁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ରାଜ୍ୟ ସ୍ତରରେ ନବରଙ୍ଗପୁର ଜିଲ୍ଲା (ଡି.ଡି.ଏମ. ପି) ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ଖସଡା ରେ ଦ୍ଵିତୀୟ ସ୍ଥାନ ଅଧିକାର କରି ରାଜ୍ଯ ସରକାରଙ୍କ ଦ୍ଵାରା ପୁରସ୍କୃତ ହୋଇଥିବାରୁ ଜିଲ୍ଲା ରେ ଖୁସିର ଲହରୀ ଖେଳିଯାଇଛି l ଜିଲ୍ଲା ବିପର୍ଯ୍ୟୟ ସମୟରେ ନିଜକୁ ରକ୍ଷା କରିବା ସହ ଅନ୍ୟକୁ ରକ୍ଷା କରିବାର ଆବଶ୍ୟକ ସଂପର୍କରେ ବୁଝାଇଥିଲେ। ମହାବାତ୍ୟା ପରେ ଓଡିଶା ରାଜ୍ୟ ସରକାରଙ୍କ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ବିଶେଷ କରି ଧନ ଜୀବନ ସୁରକ୍ଷା ରେ ଅଦ୍ଭୁତ ପୂର୍ବ ସଫଳତା ପାଇ ଜାତୀୟ ସ୍ତରରେ ପ୍ରଶଂସିତ ହୋଇଥିବା ସମ୍ପର୍କରେ ଆଲୋଚନା ହୋଇଥିଲା। ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧରେ କେବଳ ପ୍ରଶାସନ ନୂହେଁ ସମସ୍ତ ଜନ ପ୍ରତିନିଧି ସ୍ଵେଚ୍ଛାସେବୀ ଏବଂ ଗଣମାଧ୍ୟମର ପ୍ରତିନିଧିଙ୍କ ର ପ୍ରମୁଖ ଭୂମିକା ରହିଥିବା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। କାର୍ଯ୍ୟକ୍ରମ ରେ ଅନ୍ୟମାନଙ୍କ ମଧ୍ୟରେ ସ୍ଵଚ୍ଛ ସାଥି,ସ୍ଵୟଂ ସହାୟକ ଗୋଷ୍ଠୀ, ସ୍ଵେଚ୍ଛାସେବୀ,ଅଙ୍ଗନବାଡି, ଏନ. ସି ସି, ଜୁନିୟର ରେଡକ୍ରସ, ଏନ ଏସ ଏସ ସଂଗଠନ ଙ୍କ ସହିତ ଅତିରିକ୍ତ ଜିଲ୍ଲାପାଳ ମହେଶ୍ଵର ନାୟକ, ଉପ ଜିଲ୍ଲାପାଳ ପ୍ରକାଶ ଚନ୍ଦ୍ର ମିଶ୍ର, ଡ଼େପୁଟି କଲେକ୍ଟର ଜରୁରୀ କାଳୀନ ପି ମନସମିତା , ଏସ ଡି ପି ଅ ଯୁଗଳ ମଲ୍ଲିକ, ଓଡିଶା ରାଜସ୍ଵ ଅମଲା ସଂଘ ର ରାଜ୍ଯ ସଭାପତି ତ୍ରିପତି ବାଲାଜୀ ସାହୁ, ଜିଲ୍ଲା ସମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ନବରଙ୍ଗପୁର ମହାବିଦ୍ୟାଳୟ ଅଧ୍ୟକ୍ଷ ଭାସ୍କର ବିଶ୍ଵାଳ, ଅଧ୍ୟାପକ ଦିଲିପ କୁମାର ହୋତା, ନବରଙ୍ଗପୁର ମହାବିଦ୍ୟାଳୟର ଏବଂ ମହିଳା ମହାବିଦ୍ୟାଳୟ ର ଛାତ୍ର ଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମ କୁ ଜିଲ୍ଲା ଜରୁରୀ କାଳୀନ ବିଭାଗ ର ଜିଲ୍ଲା ପ୍ରକଳ୍ପ ଅଧିକାରୀ ହିମାଂଶୁ ଶେଖର ପଟ୍ଟନାୟକ ପରିଚାଳନା କରିଥିବା ବେଳେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ପି. ମନସ୍ମିତା ଧନ୍ୟବାଦ ଅର୍ପଣ କରିଥିଲେ।