ଛାତ୍ରଛାତ୍ରୀଙ୍କୁ ପୋଷାକ ବିତରଣ

ବୁଗୁଡା : ତା ୩୦/୧୧/୨୪ : ବୁଗୁଡା ବ୍ଲକ ତାଳସାକର ଗ୍ରାମସ୍ଥ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ଯାଇଛି। ପ୍ରଧାନ ଶିକ୍ଷକ ସିମାଞ୍ଚଳ ସେଠୀଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଏସ୍ଏମସି ସଭାପତି ପ୍ରଭାତ କୁମାର ଜେନା ଓ ସିଆରସିସି ଦିଲ୍ଲୀପ କୁମାର ବେହେରା ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିବା ସହ ପୋଷାକ ବିତରଣ କରିଥିଲେ। ଏହି କାର୍ଯ୍ୟକ୍ରମର ଶେଷରେ ଶିକ୍ଷକ ଜୟନ୍ତ କୁମାର ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।