April 26, 2026

ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ,

IMG-20250531-WA0016
Share

 

 

ବେଲଗୁଣ୍ଠା,୩୦/୦୫, ଗତ କିଛି ଦିନ ହେବ ରାଜ୍ୟରେ ସାମ୍ବାଦିକଙ୍କ ଉପରେ ଅକ୍ରମଣ ବଢ଼ି ଚାଲିଛି I କିଛିଦିନ ତଳେ ବଲାଙ୍ଗୀର ଜିଲ୍ଲା ପୁଇଁତଳା ଥାନା ଅନ୍ତର୍ଗତ କୂଲଥପଲ୍ଲୀ ଗ୍ରାମରେ ବଡ଼ ଖବର ଗଣମାଧ୍ୟମ ପ୍ରତିନିଧି ବିଜୟ ପ୍ରଧାନଙ୍କ ହାତଗୋଡ ବାନ୍ଧି ତାଙ୍କ ଉପରେ ବର୍ବରୋଚିତ ଅତ୍ୟାଚାର କରାଯିବା ନେଇ ସମଗ୍ର ରାଜ୍ୟରେ ସାମ୍ବାଦିକ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି I ଘଟଣାରେ ସଂପୃକ୍ତ ଠିକାଦାର ଗଜେନ୍ଦ୍ର ଦଳେଇ ସମେତ ଅନ୍ୟ ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି I ତେଣୁ ଆକ୍ରମଣକାରୀଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ ଏବଂ ସାମ୍ବାଦିକ ସୁରକ୍ଷା ଆଇନ୍ ପ୍ରଣୟନ ଦିଗରେ ପଦକ୍ଷେପ ଗ୍ରହଣ କରିବା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ସାମ୍ବାଦିକ ମାନେ ମୁଖ୍ୟ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବୀପତ୍ର ପ୍ରଦାନ କରୁଛନ୍ତି I ଏହି ପ୍ରରିପ୍ରେକ୍ଷୀରେ ଆଜି ସନ୍ଧ୍ୟାରେ ଗଞ୍ଜାମ ଜିଲ୍ଳା ଉତ୍କଳ ସାମ୍ବାଦିକ ସଂଘର ସାଧାରଣ ସମ୍ପାଦକ ପ୍ରଦ୍ୟୁମ୍ନ ପାତ୍ରଙ୍କ ନେତୃତ୍ୱରେ ସାମ୍ବାଦିକ ମାନେ ଭଞ୍ଜନଗର ଉପଜିଲ୍ଲାପାଳ ଉମାଶଙ୍କର ବେହେରାଙ୍କୁ ସାକ୍ଷାତ କରି ସାମ୍ବାଦିକଙ୍କୁ ଆକ୍ରମଣକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଏବଂ ସାମ୍ବାଦିକ ସୁରକ୍ଷା ଆଇନ୍ ପ୍ରଣୟନ ପାଇଁ ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି I ଆଜି ଶ୍ରୀ ପାତ୍ରଙ୍କ ତତ୍ତ୍ୱାବଧାନରେ ବେଲଗୁଣ୍ଠା ପ୍ରେସକ୍ଲବ ଉପସଭାପତି ପ୍ରଭାତ କୁମାର ସାହୁ, ବରିଷ୍ଠ ସାମ୍ବାଦିକ ସୂର୍ଯ୍ୟନାରାୟଣ ତ୍ରିପାଠି,ଭଞ୍ଜନଗର ଉତ୍କଳ ସାମ୍ବାଦିକ ସଂଘ ସଭାପତି ଅମରେନ୍ଦ୍ର ପଟ୍ଟନାୟକ,ଜିଲ୍ଲା ସଂଯୋଜକ ବିଶ୍ୱମ୍ଭର ଜେନା, ସମ୍ପାଦକ ରାଜେଶ୍ ପଣ୍ଡା, ଭଞ୍ଜନଗର ପ୍ରେସକ୍ଲବ ସଭାପତି ଲୋକନାଥ କର, ଉପସଭାପତି ସୁଶାନ୍ତ ସାହୁ, ସମ୍ପାଦକ ବାବୁଲା ପ୍ରଧାନ, ବେଲଗୁଣ୍ଠା ପ୍ରେସକ୍ଲବ ସଦସ୍ୟ ନବ କିଶୋର ମହାରଣା, ତୋଫାନ ସାହୁ, ଶିବରାମ ଚୌଧୂରୀ, ଭଞ୍ଜନଗର ପ୍ରେସକ୍ଲବ ସଦସ୍ୟ ବୀରେନ୍ଦ୍ର ସ୍ୱାଇଁ ପ୍ରମୁଖ ଉପଜିଲ୍ଲାପାଳ ଶ୍ରୀ ବେହେରାଙ୍କୁ ସାକ୍ଷାତ କରି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଥିଲେ I

ବେଲଗୁଣ୍ଟା,ରିପୋଟର,ପଞ୍ଚାନନ,ସାହୁ