March 9, 2026

ପେନସନ୍ ଅର୍ଡର ସହ ଶିକ୍ଷକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା 

IMG-20250731-WA0036
Share

ବୁଗୁଡା : ତା ୩୧/୦୭/୨୫ : ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧିନସ୍ଥ ବିରଞ୍ଚିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ମନୋରଞ୍ଜନ ଦାଶ ଅବସର ଗ୍ରହଣ କରିଥିବା ବେଳେ ତାଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ ଉଦ୍ଦେଶ୍ଯରେ ଏକ କାର୍ଯ୍ୟକ୍ରମ ବିଇଓ ଚିନ୍ମୟ ମହାପାତ୍ରଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମ ଅବସରରେ ଅବସରପ୍ରାପ୍ତ ଶିକ୍ଷକଙ୍କୁ ଉପଢୌକନ ପ୍ରଦାନ ପୂର୍ବକ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯିବା ସହ ଫାଇନାଲ ପେନସନ୍ ଅର୍ଡର ପ୍ରଦାନ କରାଯାଇଥିଲା । ବିଇଓ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଏବିଇଓ ଅମିତା କୁମାରୀ ପାଢୀ, ଅବସରପ୍ରାପ୍ତ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ବିଶ୍ବ ମୋହନ ମିଶ୍ର , ଏନପିଏସ୍ ଶିକ୍ଷକ ସଂଘ ସଭାପତି ପିତାମ୍ବର ଗୌଡଙ୍କ ସମେତ ଅନେକ ଶିକ୍ଷକ ଉପସ୍ଥିତ ରହିଥିଲେ।