ଗଜପତି:- ପାରଳାଖେମୁଣ୍ଡି ପୌର ପରିଷଦ ରେ ସ୍ୱାୟତ୍ତ ଶାସନ ଦିବସ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ
ଗଜପତି:- ପାରଳାଖେମୁଣ୍ଡି ପୌର ପରିଷଦ ରେ ସ୍ୱାୟତ୍ତ ଶାସନ ଦିବସ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ
———————————————-
ପାରଳାଖେମୁଣ୍ଡି ପୌର ପରିଷଦ ପକ୍ଷରୁ ସ୍ୱାୟତ୍ତ ଶାସନ ଦିବସ କାର୍ଯ୍ୟକ୍ରମ ପାଳନ ଅବସରରେ ବି ହିନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଅବସରରେ ଏହି କାର୍ଯ୍ୟକ୍ରମରେ ପାର୍ଲାଖେମୁଣ୍ଡି ପୌରାଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ ।
ଉପସ୍ଥିତ ସମସ୍ତଙ୍କୁ ସମ୍ବୋଧନ କରି କହିଥିଲେ ଯେ , ପରିବେଶ କିଭଳି ସ୍ୱଚ୍ଛ ରଖିବା ଏବଂ ସୁସ୍ଥ ପରିବେଶ ପାଇଁ ସଠିକ୍ ପରିମଳ ବ୍ୟବସ୍ଥା ପରିଚାଳନା ଉପରେ ବିଶେଷ ଗୁରୁତ୍ୱାରୋପ କରି ଏକ ସବୁଜ ସ୍ୱଚ୍ଛ ପାରଳାଖେମୁଣ୍ଡି ସହର ଗଠନ ପାଇଁ ସମସ୍ତଙ୍କ ସହଯୋଗ ଆହ୍ବାନ କରିଥିଲେ ।
ଏହି କ୍ରମରେ ପୌର ନିର୍ବାହୀ ଅଧିକାରୀ ଶ୍ରୀ ବନମାଳୀ ଶତପଥୀ ଅନ୍ୟତମ ଅତିଥି ଭାବେ ଯୋଗଦେଇ ସ୍ୱଚ୍ଛତା ଦିଗରେ ସାମୁହିକ ପ୍ରଚେଷ୍ଟା ରହିବା ଉପରେ କହିଥିଲେ ।
ପରେ ପୌର ପରିଷଦ କାର୍ଯ୍ୟାଳୟ ପରିସରରୁ ଏକ ସ୍ୱଚ୍ଛତା ସଚେତନତା ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲା ।
ଏହି ଅବସରରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଛକ ନିକଟରେ ପୌର ପରିଷଦ ପକ୍ଷରୁ ଏକ ଭେଣ୍ଡିଂ ଜୋନ କୁ ବ୍ରହ୍ମପୁର ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ ଉଦଘାଟନ କରିଥିଲେ ।
ଏହାପରେ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ସମ୍ମିଳନୀ କକ୍ଷ ଠାରେ ମୁକ୍ତା ଯୋଜନା’ରେ ୮୧ ଗୋଟି ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୪ କୋଟି ୪୩ ଲକ୍ଷ ଟଙ୍କାର କାର୍ଯ୍ୟାଦେଶ ବଣ୍ଟନ କରିଥିଲେ ।
ପୌର ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀଙ୍କ ସଭାପତିତ୍ବରେ ଏବଂ କନିଷ୍ଠ ଯନ୍ତ୍ରୀ ଶ୍ରୀମତୀ ମଧୁସ୍ମିତା ଦାସଙ୍କ ସଂଯୋଜନାରେ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବ୍ରହ୍ମପୁର ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ ଯୋଗଦେଇ ହିତାଧିକାରୀ ମାନଙ୍କୁ ମୁକ୍ତା ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପୌର ଉପାଧ୍ୟକ୍ଷ ଶ୍ରୀ ଲେଙ୍କା ମଧୁ , ପୌର ନିର୍ବାହୀ ଅଧିକାରୀ ଶ୍ରୀ ବନମାଳୀ ଶତପଥୀ ପ୍ରମୁଖ ମଞ୍ଚାସିନ ଅତିଥି ଭାବେ ଯୋଗଦେଇ ମୁକ୍ତା ଯୋଜନାର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ ।
ଏହି ସମସ୍ତ କାର୍ଯ୍ୟକ୍ରମ ମାନଙ୍କରେ ପୌର ପରିଷଦ’ର ସମସ୍ତ କାଉନସିଲର , ସ୍ୱଚ୍ଛ ସାଥୀ , ସଫେଇ କର୍ମଚାରୀ ଏବଂ ଅଧିକାରୀ ଓ କର୍ମଚାରୀ ବହୁ ସଂଖ୍ୟାରେ ଯୋଗ ଦେଇଥିଲେ ।
———————————————-
ଗଣେଶ କୁମାର ରାଜୁ
ପାରଳାଖେମୁଣ୍ଡି (ଗଜପତି)
————————————————