June 29, 2026

ଆୟୁଷ୍ମାନ ଆରୋଗ୍ୟ ଶିବିର ଅନୁଷ୍ଠିତ 

IMG-20240831-WA0039
Share

 

 

ପଦ୍ମପୁର ,(ଜୟନ୍ତ କୁମାର ସେଠ)ପଦ୍ମପୁର ଉପଖଣ୍ଡ ପୁରେନା ସ୍ଥାନୀୟ ପଞ୍ଚାୟତ ଉଚ୍ଚବିଦ୍ୟାଳୟ ପୁରେନା ପରିସର ମଧ୍ୟରେ ଏକ ସ୍ୱାସ୍ଥ୍ୟ ସଚେତନତା ସମ୍ବନ୍ଧିତ ଆୟୁଷ୍ମାନ ଆରୋଗ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ସଭାପତିତ୍ବ କରିଥିଲେ ପ୍ରଧାନଶିକ୍ଷକ ଶ୍ରୀ ରେଣୁଧର ସାହୁ ଓ ସଂଯୋଜନା କରିଥିଲେ ଶିକ୍ଷକ ଶ୍ରୀ ପ୍ରମୋଦ ନାଥ। କମ୍ୟୁନିଟି ସ୍ୱାସ୍ଥ୍ୟ ଅଧିକାରୀ ଶ୍ରୀ ଦୀପକ କୁମାର ସାହୁ ସ୍ବାସ୍ଥ୍ୟରକ୍ଷା ଉପରେ ତାଙ୍କର ବକ୍ତବ୍ୟ ରଖିଥିଲେ। ଏହି ସଭାରେ ବରିଷ୍ଠ ଶିକ୍ଷକ ଶ୍ରୀ ଅକ୍ଷୟ କୁମାର ବେହେରା ଓ ଶ୍ରୀ ଚନ୍ଦ୍ରଭାନୁ ବଡଗୁଛିଆ ଉପସ୍ଥିତ ଥିଲେ। ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ କୁଇଜ୍ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ସମସ୍ତ କାର୍ଯ୍ୟରେ ଶ୍ରୀ ସୁରେଶ ପଟେଲ ସହଯୋଗ କରିଥିଲେ ଓ ଶେଷରେ କମ୍ୟୁନିଟୀ ସ୍ବାସ୍ଥ୍ୟ ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ।