August 31, 2026

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

IMG-20260831-WA0054
Share

 

ପାରଳାଖେମୁଣ୍ଡି, ତା.୩୧.୦୮.୨୦୨୬

 

ଗଜପତି ଜିଲ୍ଲା କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମମୁଖୀ ପ୍ରଶାସନ ଅଧୀନରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମୁନୀଦ୍ର ହୋନନାଗା, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ ବିରଞ୍ଚି ବାଗ, ଏବଂ ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣିଥିଲେ।

ଉକ୍ତ ଶିବିରରେ ମୋଟ ୧୮ଟି ଅଭିଯୋଗପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୧୩ ଟି ବ୍ୟକ୍ତିଗତ ଏବଂ ୪ଟି ଗ୍ରାମଭିତ୍ତିକ ସମସ୍ୟା ସମ୍ପର୍କିତ ଅଭିଯୋଗ ରହିଥିଲା। ଅନ୍ୟ ସମସ୍ତ ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଅଛି। ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ କାର୍ଡ, ଶିକ୍ଷା, ଜଳସେଚନ, ରାସ୍ତା, ସ୍ୱାସ୍ଥ୍ୟ ଆଦି ବିଭିନ୍ନ ସମସ୍ୟା ସମ୍ପର୍କରେ ଜନସାଧାରଣ ଅଭିଯୋଗ ଆସିଥିଲା।

ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ କାଶୀନଗର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ବି.ସାୟାମା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଡମ୍ବରୁଧର ମଲ୍ଲିକ,ତହସିଲଦାର ଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ସ୍ଥାନୀୟ ଜନପ୍ରତିନିଧିମାନେ ଉପସ୍ଥିତ ଥିଲେ।

You may have missed