June 18, 2026

ଅଙ୍ଗନବାଡ଼ି କର୍ମୀ ପାଇବେ ସୁଭଦ୍ରା ଟଙ୍କା 

Screenshot_2024-10-31-08-36-20-613_com.whatsapp
Share

 

ଭୁବନେଶ୍ବର ( ଦେବାଶିଷ ଦାଶ୍ )

ରାଜ୍ୟରେ ହିତାଧିକାରୀଙ୍କୁ ଖୁବଶୀଘ୍ର ମିଳିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଏଥି ସହିତ ଏଥର ବାଦ୍‌ ପଡ଼ିଥିବା ସବୁ ଅଙ୍ଗନବାଡ଼ି କର୍ମୀଙ୍କୁ ତୃତୀୟ ପର୍ଯ୍ୟାୟରେ ମିଳିବ ସୁଭଦ୍ରା ଟଙ୍କା। କୌଣସି ଯୋଗ୍ୟ ହିତାଧିକାରୀ ବାଦ୍‌ ପଡ଼ିବେନି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ସୂଚନା ଦେଇଛନ୍ତି।

ବୁଧବାର ଗଣମାଧ୍ୟମକୁ ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଖାରଜ ହୋଇଥିବା ୨ ଲକ୍ଷ ୬୭ ହଜାର ଆବେଦନର ରି-ଚେକ୍‌ ହେବ। ଦରକାର ପଡ଼ିଲେ ବାରମ୍ବାର ଚେକ ହେବ। କେହି ଏହି ଯୋଜନାରୁ ବଞ୍ଚିତ ହେବେ ନାହିଁ। ଏଥିପାଇଁ ୧ ତାରିଖରେ ନୋଡାଲ ଏଜେନ୍ସି ନିଯୁକ୍ତ ହେବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା କହିଛନ୍ତି।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବର୍ତ୍ତମାନସୁଦ୍ଧା ୧ କୋଟି ୬୦ହଜାର ମହିଳା ଆବେଦନ କରିସାରିଲେଣି। ୨ଟି ପର୍ଯ୍ୟାୟରେ ମୋଟ ୬୦ଲକ୍ଷ ମହିଳାଙ୍କୁ ସହାୟତା ପ୍ରଦାନ କରାଯାଇଛି। ଖୁବଶୀଘ୍ର ତୃତୀୟ ପର୍ଯ୍ୟାୟରେ ବାକି ରହିଥିବା ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରାଯିବ। ଶେଷ ହିତାଧିକାରୀ ‘ସୁଭଦ୍ରା ‘ଟଙ୍କା ପାଇବା ଯାଏଁ ଏହି ପ୍ରକ୍ରିୟା ଜାରି ରହିବ । ଏବେ ବି ଯାଞ୍ଚ ପ୍ରକ୍ରିୟା ଚାଲିଛି । ଏଯାଏଁ ପ୍ରାୟ ୬୦ ଲକ୍ଷ ମହିଳା ‘ସୁଭଦ୍ରା’ ଟଙ୍କା ପାଇସାରିଲେଣି । ଆହୁରି ୪୦ ଲକ୍ଷରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇବାକୁ ଅପେକ୍ଷା କରିଛନ୍ତି । ତୃତୀୟ ପର୍ଯ୍ୟାୟରେ ସେମାନଙ୍କ ଆକାଉଣ୍ଟକୁ ଟଙ୍କା ଯିବ .

You may have missed