April 29, 2026

ଆଜି ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ, ଦେଶ ପାଳୁଛି ଏକତା ଦିବସ

IMG-20251031-WA0015
Share

 

ଗୁଜରାଟରେ ଭବ୍ୟ ପରେଡରେ ଅଭିବାଦନ ଗ୍ରହଣ କରିବେ ପ୍ରଧାନମନ୍ତ୍ରୀ । ଏପଟେ ଭୁବନେଶ୍ବରରେ ଏକତା ଦୌଡ଼ କାର୍ଯ୍ୟକ୍ରମ

 

ଆଜି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ । ଏହାକୁ ରାଷ୍ଟ୍ରୀୟ ଏକତା ଦିବସ ଭାବେ ସାରା ଦେଶରେ ପାଳନ କରାଯାଉଛି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏହି କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଛନ୍ତି ।

 

ଆଜି ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ !

 

ପଟେଲଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଆଜି ଗୁଜରାଟ ଏକତା ନଗରରେ ଭବ୍ୟ ପରେଡ୍ ଆୟୋଜନ କରାଯାଇଛି । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେଇ ପରେଡ୍‌ରେ ଅଭିବାଦନ ଗ୍ରହଣ କରିବେ। ଆଜି ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ଏକତା ଦୌଡ଼ କାର୍ଯ୍ୟକ୍ରମର ଆୟୋଜନ କରାଯିବ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ ।